ଭୁବନେଶ୍ୱର,୬/୮(ଏସ ଏସ ନିଉଜ)ଆଜିଠୁ ବର୍ଷାର ପରିମାଣ ବଢିବ ।ଆସନ୍ତା କାଲିଠୁ ଲଘୁଚାପ ଜନିତ ବର୍ଷା ଆରମ୍ଭ ହୋଇଯିବ। ୬ ରୁ ୧୦ ଯାଏଁ ରାଜ୍ୟରେ ବିସ୍ତାରିତ ବର୍ଷା ସହ କିଛି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ରହିଥିବାର ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପ ସାଗର ପାର୍ଶ୍ଵବର୍ତ୍ତୀ ଆନ୍ଧ୍ର ଉପକୂଳରେ ସକ୍ରିୟ ଘୁର୍ଣ୍ଣିବଳୟ ପ୍ରଭାବରେ ୭ ତାରିଖ ବେଳକୁ ବଙ୍ଗୋପସାଗର ଅଞ୍ଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ।
