ଆରପାରିରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କ ପତ୍ନୀ ସୁଶୀଲା ଦେବୀ

0 303

ଭୂବନେଶ୍ବର,୨୩/୧୧(ଏସଏସନିୟୁଜ)ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ୍‌ଙ୍କ ଧର୍ମପତ୍ନୀ ସୁଶୀଳା ଦେବୀଙ୍କର ଭୁବନେଶ୍ୱରରେ ଏକ ଘରୋଇ ହସ୍ପିଟାଲରେ ସୁଶୀଳା ଦେବୀଙ୍କ ପରଲୋକ ହୋଇଛି। ଗତକାଲି ବିଳମ୍ବିତ ରାତିରେ ସୁଶୀଳା ଦେବୀଙ୍କ ପରଲୋକ ହୋଇଥିବା ସୂଚନା ମିଳିଛି। ନଭେମ୍ବର ଏକ ତାରିଖରେ କୋରୋନାରେ ଆକ୍ରାନ୍ତ ହୋଇ ସୁଶୀଳା ଦେବୀ ଚିକିତ୍ସାଧୀନ ଥିଲେ। ରାଜ୍ୟପାଳ ପ୍ରଫେସର ଗଣେଶୀଲାଲ୍‌ଙ୍କ ଧର୍ମପତ୍ନୀ ସୁଶୀଳା ଦେବୀଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରି ରାଜ୍ୟପାଳ ଓ ତାଙ୍କ ଶୋକ ସନ୍ତପ୍ତ ପରିବାରକୁ ମୁଖ୍ୟମନ୍ତ୍ରୀ ସମବେଦନା ଜଣାଇଛନ୍ତି।ସେହିପରି ଆନ୍ଧ୍ରପ୍ରଦେଶ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ  ମଧ୍ୟ  ଶୋକ ପ୍ରକାଶ କରି ଅମର ଆତ୍ମାର ସଦ୍‌ଗତି କାମନା କରିଛନ୍ତି ।

 

Leave A Reply

Your email address will not be published.