ଆସୁଛି ଆଉଏକ ବଡ଼ବର୍ଷା !

ଭୁବନେଶ୍ୱର,୧୦ା୯(ଏସଏସନିଉଜ) ଆସୁଛି ଆଉ ଏକ ବଡ଼ ବର୍ଷା ।ଏହାକୁନେଇ ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରିକରାଯାଇଛି ।୧୨ ତାରିଖ ବେଳକୁ ଉତ୍ତରପଶ୍ଚିମ ପାର୍ଶ୍ୱବର୍ତ୍ତୀ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହେବା ସମ୍ଭାବନା ରହିଛି । ତେବେ ଆଜି ପାଗ ମୁଖ୍ୟତଃ ଶୁଖିଲା ରହିବାକୁ ଥିବା ବେଳେ ଆସନ୍ତାକାଲି ପାଇଁ କିଛି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ରହିଛି । ୧୨ ତାରିଖରେ କିଛି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା ମଧ୍ୟ ହୋଇପାରେ ।ସେହିପରି ୧୩ ତାରିଖରେ ଉତ୍ତର ଏବଂ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ସେ ସବୁ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

 

- Advertisement -

Leave A Reply

Your email address will not be published.