ଆଉ ୩ନୂଆ ସ୍କ୍ରବ୍ ଟାଇଫସ୍ ରୋଗୀ ଚିହ୍ନଟ

0 70

ସୁନ୍ଦରଗଡ଼,୧ା୧୦(ଏସଏସନିଉଜ)ସୁନ୍ଦରଗଡ଼ରେ ଆଉ ୩ ଜଣ ନୂଆ ସ୍କ୍ରବ୍ ଟାଇଫସ୍ ରୋଗୀ ଚିହ୍ନଟ ହୋଇଛନ୍ତି।ଏହାଫଳରେ ଜଣ ସ୍କ୍ରବ୍ ଟାଇଫସ୍ ରୋଗୀସଂଖ୍ୟା ସୁନ୍ଦରଗଡ଼ରେ ୨୯୫ରେ ପହଁଚିଛି । ସେହିଭଳିଭାବେ ବରଗଡ଼ ସୋହେଲା ଅଞ୍ଚଳର ଜଣେ ୪୮ ବର୍ଷୀୟ ବ୍ୟକ୍ତିଙ୍କର ସ୍କ୍ରବ୍ ଟାଇଫସରେ ମୃତ୍ୟୁ ଘଟିଛି । ଯାହାଫଳରେ ବରଗଡ଼ ଜିଲ୍ଲାରେ ମୃତ୍ୟୁ ସଂଖ୍ୟା ୭କୁ ବୃଦ୍ଧି ପାଇଛି ।ବରଗଡ଼ରେ କେନ୍ଦ୍ରୀୟ ସ୍ୱାସ୍ଥ୍ୟ ବିଭାଗର ୬ ଜଣିଆ ଟିମ୍ ଆସି ସ୍ଥିତି ଅନୁଧ୍ୟାନ କରିଥିବା ବେଳେ ପରେ ଓଡ଼ିଶା ଜନସ୍ବାସ୍ଥ୍ୟ ବିଭାଗର ଟିମ୍ ଆସି ଏହାର କାରଣ ଓ ନିରାକରଣ ବିଷୟରେ ପଚାରି ବୁଝିଥିଲେ। ଏବେ କେନ୍ଦ୍ରୀୟ ଟିମ୍ ପ୍ରଥମେ ସୁନ୍ଦରଗଡ଼ ଓ ଏବେ ବରଗଡ଼ ପହଞ୍ଚି ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ସହ ଆଲୋଚନା କରିଛନ୍ତି ।

Leave A Reply

Your email address will not be published.