ଆଉ ଏକ ଲଘୁଚାପ୧୯ ରେ

0 588

ଭୁବନେଶ୍ବର,୧୭/୧୦(ଏସ ଏସ ନିୟୁଜ ) ପୁଣି ଆସୁଛି ଆଉ ଏକ ଲଘୁଚାପ । ବଙ୍ଗୋପସାଗରରେ ୧୯ ତାରିଖରେ ଏହା ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହି ଲଘୁଚାପ ୨୦ତାରିଖରେ ଅଧିକ ଘନୀଭୂତ ହୋଇ ୨୧ ଯାଏଁ ରାଜ୍ୟର କେତେକ ଜିଲ୍ଲାରେ ଅତି ପ୍ରବଳ ବର୍ଷା ହେବା ନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି।୧୯ ତାରିଖରୁ ୨୧ ତାରିଖ ପର୍ଯ୍ୟନ୍ତ  ରାଜ୍ୟରେ ବର୍ଷା ଜାରି ରହିବା ସହ  ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ବହିବାର ଆଶଙ୍କା ଥିବାରୁ ସମୁଦ୍ର ଅଶାନ୍ତ ରହିବ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ କୁହାଯାଇଛି।

 

 

Leave A Reply

Your email address will not be published.