ବାଣବିସ୍ଫୋରଣରେ ଚାଲିଗଲା ୮ଜୀବନ

0 87

ଭୁବନେଶ୍ୱର, ,୨୭ା୮(ଏସଏସନିଉଜ)ପଶ୍ଚିମବଙ୍ଗର ଉତ୍ତର ୨୪ ପ୍ରଗଣା ଦତ୍ତାପୁକୁର ଅଞ୍ଚଳରେ ଥିବା ଏକ ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ ଘଟିଛି । ଏଥିରେ ୮ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୫ ଜଣ ଆହତ ହୋଇଥିବାର ଜଣାପଡିଛି ।ବିସ୍ଫୋରଣର ଏତେ ପ୍ରଚଣ୍ଡ ଥିଲା ଯେ ଘରର ଛାତ ସମ୍ପୂର୍ଣ୍ଣ ରୂପେ ଭୁଶୁଡ଼ି ଯାଇଛି । ଘର ଭିତରେ ଆଉ କିଛି ଲୋକ ଫସି ରହିଥିବା ଆଶଙ୍କା କରାଯାଉଛି । ଘଟଣାସ୍ଥଳରେ ଉଦ୍ଧାର କାର‌୍ୟ୍ୟ ଚାଲିଥିବାର ଜଣାପଡିଛି ।ଆହତମାନଙ୍କୁ ବାରାସାଟଡାକ୍ତରଖାନାକୁ ଚିକିତ୍ସା ପାଇଁ ନିଆଯାଇଛି । ଟିଏମସି ନେତାଙ୍କ ସହାୟତାରେ ଏହି ବେଆଇନ ବାଣ କାରଖାନା ଚାଲିଥିଲା ବୋଲି ସ୍ଥାନୀୟ ଲୋକ ଅଭିଯୋଗ କରିଛନ୍ତି ।

Leave A Reply

Your email address will not be published.