ବାତ୍ୟାପାଇଁ ସବୁବିଭାଗକୁ ନିର୍ଦ୍ଦେଶ

0 308

ଭୁବନେଶ୍ୱର,୨।୫(ଏସଏସନିଉଜ)ବାତ୍ୟାପ୍ରବଣ ମେମାସ ପାଇଁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି।୧୧ଟି ବିଭାଗ ଓ ସବୁ ଜିଲ୍ଲାପାଳଙ୍କୁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି।
ପ୍ରସ୍ତୁତି ଓ ନିର୍ଦ୍ଦେଶ ନେଇ SRC ସତ୍ୟବ୍ରତ ସାହୁ ପ୍ରେସମିଟରେ ସୂଚନା ଦେଇଛନ୍ତି।ପୂର୍ବରୁ ମେରେ ବାତ୍ୟା ହେଉଥିବାରୁ, ଆମେ ପ୍ରସ୍ତୁତି କରିଛୁ।ଆଜି ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ ଦେଇଛନ୍ତି।ବାତ୍ୟା ଆଶ୍ରୟସ୍ଥଳ ପ୍ରସ୍ତୁତ ରଖିବାକୁ ଜିଲ୍ଲାପାଳମାନଙ୍କୁ କୁହାଯାଇଛି।କାଲିଠାରୁ ଜିଲ୍ଲାମାନଙ୍କରେ ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍ ଚାଲିଛି।NDRF, ଓଡ୍ରାଫ୍ ପର୍ଯ୍ୟାପ୍ତ ପରିମାଣରେ ପ୍ରସ୍ତୁତ ରହିଛନ୍ତି।୬ତାରିଖ ସୁଦ୍ଧା କେବଳ ଘୂର୍ଣ୍ଣିବଳୟ ସୃଷ୍ଟି ହେବା କୁହାଯାଇଛି।

Leave A Reply

Your email address will not be published.