ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି

ଭୁବନେଶ୍ବର,୧୦ା୨(ଏସଏସନିଉଜ) ବାୟୁସେନାର ସ୍ବତନ୍ତ୍ରବିମାନ ଯୋଗେ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀମୁର୍ମୁ ଭୁବନେଶ୍ବର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟବିମାନବନ୍ଦରରେ ପହଞ୍ଚିଛନ୍ତି। ତାଙ୍କୁ ବିମାନବନ୍ଦରରେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସ୍ବାଗତ କରିଛନ୍ତି ।ମହାମହିମ ରାଷ୍ଟ୍ରପତିଙ୍କ ଓଡ଼ିଶା ଆଗମନ ଉପଲକ୍ଷେ ବିମାନବନ୍ଦରର ସମ୍ମୁଖ ପାରମ୍ପରିକ ବାଦ୍ୟ ଓ ନୃତ୍ୟରେ ପ୍ରକମ୍ପିତ ହୋଇଛି।ବିମାନବନ୍ଦରରୁ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଉତ୍କଳ ମଣ୍ଡପଠାରେ ଜ୍ଞାନପ୍ରଭା ମିଶନର ପ୍ରତିଷ୍ଠା ଦିବସ ସମାରୋହରେ ଯୋଗଦେବା ଲାଗି ବାହାରିଛନ୍ତି।

- Advertisement -

Leave A Reply

Your email address will not be published.