ଭିଜିଲାନ୍ସ ଜାଲରେ ଆସିଷ୍ଟାଣ୍ଟ ପ୍ରଫେସର

0 355

ଭୁବନେଶ୍ଵର,୨୩/୧୧(ଏସଏସନିୟୁଜ)ଭିଜିଲାନ୍ସ ଜାଲରେ ସହକାରୀ ଅଧ୍ୟାପକ । ଭୁବନେଶ୍ବର ସ୍ଥିତ ଘାଟିକିଆ ସ୍ଥିତ ଘରୋଇ ଇଞ୍ଜିନିୟରିଂ କଲେଜର ଆସିଷ୍ଟାଣ୍ଟ ପ୍ରଫେସର ପ୍ରସନ୍ନ କୁମାର ମିଶ୍ର ଭିଜିଲାନ୍ସ ହାତରେ ଧରାପଡିଛନ୍ତି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭୁବନେଶ୍ବର ଭିଜିଲାନ୍ସ ଟିମ୍ ପକ୍ଷରୁ ଚଢାଉ କରାଯାଇଛି ।ଭୁବନେଶ୍ବର ଖଣ୍ଡଗିରି ବାରୀ ସ୍ଥିତ ବାସଭବନ ପ୍ଲଟ୍ ନଂ-୧୨୧୫/୧୪୦୦ବିରେ ଭିଜିଲାନ୍ସ ଟିମ୍ ପକ୍ଷରୁ ରେଡ୍ ଚାଲିଛି । ଭିଜିଲାନ୍ସ ବିଭାଗର ଏକ ଟିମ୍ ପ୍ରସନ୍ନଙ୍କ ଘର ଛାନଭିନ୍ ଚଳାଇଛି । ଛାନଭିନ୍ ବେଳେ ବହୁ ଗୁରୁତ୍ବପୂର୍ଣ୍ଣ କାଗଜପତ୍ର ଜବତ ହୋଇଛି । ସେଗୁଡିକର ଛାନଭିନ୍ କରୁଛନ୍ତି ଭିଜିଲାନ୍ସ ଅଧିକାରୀ । ତାଙ୍କର ଏକାଧିକ ବ୍ୟାଙ୍କରେ ଆକାଉଣ୍ଟ ରହିଥିବା ଜଣାପଡିଛି । ତେବେ ମୋଟ୍ କେତେ ଟଙ୍କା ରହିଛି ତାହା ଏ ପର୍ଯ୍ଯନ୍ତ ସ୍ପଷ୍ଟ ହୋଇନାହିଁ ।

Leave A Reply

Your email address will not be published.