ବାରଙ୍ଗ,୧୦ା୨(ଏସଏସନିଉଜ)ଭୁବନେଶ୍ୱର ବ୍ଲକ ଅନ୍ତର୍ଗତ ଦାଢ଼ା ପଞ୍ଚାୟତର କେନ୍ଦୁପାଟଣା ସ୍ଥିତ ଉତ୍କଳମଣି ସରକାରୀ ଉଚ୍ଚପ୍ରାଥମିକ ବିଦ୍ୟାଳୟର ୩୪ତମ ବାର୍ଷିକ ଉତ୍ସବ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି।ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ଜଗନ୍ନାଥ ଭଞ୍ଜଙ୍କ ସଭାପତିତ୍ବରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଭୁବନେଶ୍ୱର ଉତ୍ତର ବିଧାୟକ ସୁଶାନ୍ତକୁମାରରାଉତ ଯୋଗଦେଇଥିଲେ।ଅନ୍ୟ ସମ୍ମାନିତ ଅତିଥିମାନଙ୍କ ମଧ୍ୟରେ ପୂର୍ବତନ ଜିଲ୍ଲା ପରିଷଦ କୁନାଲ ରାଉତ, ଦାଢ଼ା ସରପଞ୍ଚ ନିଶିପଦ୍ମା କାଣ୍ଡି, କଲ୍ୟାଣପୁର ସରପଞ୍ଚ ଦେବରାଜ ଭୋଇ,ଭଗବାନ ଜେନା ପ୍ରମୁଖ ଉପସ୍ଥିତ ରହିଥିଲେ।ବିଦ୍ୟାଳୟର କୁନି କୁନି ଛାତ୍ର ଛାତ୍ରୀ ମାନଙ୍କ ପକ୍ଷରୁ ଅତିଥି ମାନଙ୍କୁ ଉତ୍ତରୀୟ ଓ ପୁଷ୍ପଗୁଚ୍ଛ ଦେଇ ମଞ୍ଚ ଉପରକୁ ସ୍ବାଗତ କରାଯାଇଥିଲା।ଉପସ୍ଥିତ ଅତିଥି ମାନେ ପ୍ରଦୀପ ପ୍ରଜ୍ବଳନ କରି ମକାର୍ଯ୍ୟକ୍ରମ ଶୁଭାରମ୍ଭ କରିଥିଲେ।ଶିକ୍ଷକ ସଂଗ୍ରାମ କେଶରୀ ପଟ୍ଟନାୟକ ଅତିଥି ପ୍ରଦାନ କରିଥିଲେ।ପରେ ଛାତ୍ର ଛାତ୍ରୀ ମାନଙ୍କ ଦ୍ୱାରା ସ୍ବାଗତ ସଙ୍ଗୀତ ଗାନ କରାଯାଇଥିଲା। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଯୋଗେନ୍ଦ୍ର ସେନାପତି ବାର୍ଷିକ ବିବରଣୀ ପାଠ କରିଥିଲେ।ପୂର୍ବରୁ ବିଦ୍ୟାଳୟରେ ହୋଇଥିବା ଅନେକ କାର୍ଯ୍ୟକ୍ରମରେ କୃତକାର୍ଯ୍ୟ ହୋଇଥିବା ଛାତ୍ରଛାତ୍ରୀ ମାନଙ୍କୁ ମୁଖ୍ୟ ଅତିଥି ପୁରସ୍କୃତ କରିଥିଲେ।ପରେ କୁନି କୁନି ଛାତ୍ର ଛାତ୍ରୀ ମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ହୋଇଥିଲା।ଏହି ଉତ୍ସବରେ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ, ଛାତ୍ରଛାତ୍ରୀ ଓ ଅଭିଭାବକ ଉପସ୍ଥିତ ରହିଥିଲେ।ଶେଷରେ ସୁରେନ୍ଦ୍ର ରେଡ୍ଡୀ ଧନ୍ୟବାଦ ଅର୍ପଣ କରିଥିଲେ।(ଗୌତମ ରାଉତଙ୍କ ରିପୋର୍ଟ)