ବିଜୁ ପକ୍କା ଘର ମରାମତି ପାଇଁ ମିଳିବ ୩ ହଜାର ଟଙ୍କା

0 170

ଭୁବନେଶ୍ୱର, ୨୧/୧୨(ଏସଏସନିୟୁଜ)ବିଜୁ ପକ୍‌କା ଘର, ନିର୍ମାଣ ଶ୍ରମିକ ପକ୍କା ଘର ଓ ଖଣି ଅଞ୍ଚଳ ପକ୍କା ଘର ଯୋଜନାରେ ଘର ପାଇଥିବା ଲୋକଙ୍କୁ ଘର ମରାମତି ପାଇଁ ୩୦୦୦ ଟଙ୍କା ସହାୟତା ଘୋଷଣା କରିଛନ୍ତି ରାଜ୍ୟସରକାର । ସେହିପରି କେନ୍ଦ୍ର ଯୋଜନାରେ ଘର ଖଣ୍ଡିଏ ପାଇବାରୁ ବଞ୍ଚିତ ହୋଇ ଅସୁବିଧାରେ ଥିବା ପରିବାରକୁ ଘର ମରାମତି ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ୫୦୦୦ ଟଙ୍କା ଲେଖାଏ ସହାୟତା ମଧ୍ୟ ମିଳିବ । ଏହି ଉଭୟ ସହାୟତା ହିତାଧିକାରୀମାନଙ୍କ ବ୍ୟାଙ୍କ ଖାତାରେ ଜମା କରାଯିବ। ଏହାଦ୍ୱାରା ୩୦ ଲକ୍ଷ ପରିବାର ଉପକାର ପାଇବେ ।ଏଥିପାଇଁ ୧୪୪୪ କୋଟି ଟଙ୍କା ଖର୍ଚ୍ଚ ହେବ । ରାଜ୍ୟ ସରକାରଙ୍କ ବିଜୁ ପକ୍କା ଘର

ଯୋଜନାରୁ ଏ ଖର୍ଚ୍ଚ ବହନ କରାଯିବ ।କେନ୍ଦ୍ର ଯୋଜନାରୁ ଘର ଆଣିବା ପାଇଁ ରାଜ୍ୟ ସରକାରଙ୍କ ଉଦ୍ୟମ ଜାରି ରହିବ। ଯଦି କେନ୍ଦ୍ର ସରକାର ରାଜ୍ୟବାସୀଙ୍କ ନ୍ୟାୟପୂର୍ଣ୍ଣ ଦାବୀକୁ ଗ୍ରହଣ ନ କରନ୍ତି, ତେବେ କେନ୍ଦ୍ର ଯୋଜନା ରୁ ବଞ୍ଚିତ ଲୋକଙ୍କୁ ରାଜ୍ୟ ସରକାର ଘର ଦେବାପାଇଁ ପଦକ୍ଷେପ ନେବେ । ୨୦୧୪ରୁ ରାଜ୍ୟରେ ଗ୍ରାମାଞ୍ଚଳ ଗୃହ ନିର୍ମାଣ କାର୍ଯ୍ୟକ୍ରମରେ ରାଜ୍ୟ ସରକାର ଏ ପର‌୍ୟ୍ୟନ୍ତ ବାଇଶ ହଜାର କୋଟି ରୁ ଅଧିକ ଟଙ୍କା ଖର୍ଚ୍ଚ କରିଛନ୍ତି । ରାଜ୍ୟବାସୀଙ୍କୁ ସମ୍ବୋଧନ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସନ୍ଧ୍ୟାରେ ଏହି ଘୋଷଣା କରିଛନ୍ତି।

Leave A Reply

Your email address will not be published.