ବାଇକକୁ ପଛପଟରୁ ଦେଲା ଧକ୍କା

ଚାଲିଗଲା୩ଜୀବନ

0 40

ଭଦ୍ରକ,୨୧ା୧(ଏସଏସନିଉଜ) ଭଦ୍ରକର ରାଣୀତାଲ ହାଇଟେକ କଲେଜ ନିକଟରେ ଏକ ଟ୍ରକ୍ ୩ ଜଣ ବାଇକ ଆରୋହୀଙ୍କୁ ପଛପଟୁ ଧକ୍କା ଦେଇଛି ।ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଘଟଣାସ୍ଥଳରେ ୩ ଜଣଙ୍କର ମୃତ୍ୟୁ ହୋଇଛି। ବାଇକ ଆରୋହୀମାନେ ମାର୍କୋଣା ଆଡ଼କୁ ଯାଉଥିବା ବେଳେ ପଛରୁ ବାଲେଶ୍ଵର ଆଡ଼ୁ ଆସୁଥିବା ଏକ ଟ୍ରକ୍ ବାଇକକୁ ଧକ୍କା ଦେଇଥିଲା ।ଖବରପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିବାବେଳେ ବାଇକଚାଳକ ବାବୁଲା ପ୍ରଧାନ(୩୫) ବୋଲି ଜଣାଯାଇଛି। ଦୁର୍ଘଟଣା ଘଟାଇ ଘଟଣା ସ୍ଥଳରୁ ଟ୍ରକ ଡ୍ରାଇଭର ଫେରାର ହୋଇଯାଇଛି ।

Leave A Reply

Your email address will not be published.