ବିମାନବନ୍ଦରରେ ପହଞ୍ଚିଲେ ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ

0 302

ଭୁବନେଶ୍ବର,୮/୭(ଏସଏସନିଉଜ) ଶୁକ୍ରବାର ଦିନିକିଆ ଓଡ଼ିଶା ଗସ୍ତରେ ଏନଡିଏର ରାଷ୍ଟ୍ରପତି ପ୍ରାର୍ଥୀ ଦ୍ରୌପଦୀ ମୁର୍ମୁ ଆସି ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛନ୍ତି। ବିମାନବନ୍ଦରରେ ପହଞ୍ଚିବାପରେ ବିଜେପି ଓବିଜେଡିର ନେତାମାନେ ମୁର୍ମୁଙ୍କୁ ସ୍ବାଗତ ସମ୍ବର୍ଦ୍ଧନା ଦେଇଛନ୍ତି।ବିମାନବନ୍ଦରରେ ଦଳୀୟ କର୍ମୀ ଓ ସାଧାରଣ ଜନତାଙ୍କ ଭିଡ଼ ପରିଲକ୍ଷିତ ହୋଇଛି।ବିମାନବନ୍ଦରରେ ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା ଦେବା ପାଇଁ ବିଜେଡି ଓ ବିଜେପି ପକ୍ଷରୁ ବ୍ୟାପକ ବ୍ୟବସ୍ଥା ହୋଇଛି। ପାରମ୍ପରିକ ନୃତ୍ୟ ପାଇକ ନାଚ, ବାଘ ନାଚ ଓ ଘୋଡ଼ା ନାଚରେ ଦ୍ରୌପଦୀ ମୁର୍ମୁଙ୍କୁ ଏକ ବିରାଟ ଶୋଭାଯାତ୍ରାରେ ଉଭୟ ଦଳର ନେତା ରାଜ୍ୟ ଅତିଥି ଭବନ ପର‌୍ୟ୍ୟନ୍ତ ପାଛୋଟି ନେଇଛନ୍ତି ।ଦ୍ରୌପଦୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ବିଜେଡି ଓ ବିଜେପିର ସାଂସଦ ଓ ବିଧାୟକମାନଙ୍କୁ ଭେଟି ସମର୍ଥନ ଲୋଡ଼ିବେ।

Leave A Reply

Your email address will not be published.