ବିଜେଡି ଛାଡ଼ି ବିଜେପିରେ ମିଶିଲେ

ଚିଲିକାରେ ମିଶ୍ରଣ ପର୍ବ

ଚିଲିକା,୨୧।୬(ଏସଏସନିଉଜ)ଆଜି ବାଣପୁରସ୍ଥିତ କୃତ୍ତିବାସଭବନ ଠାରେ ଆୟୋଜିତ ମିଶ୍ରଣ ପର୍ବରେ ବାଣପୁରବ୍ଲକ ଅନ୍ତର୍ଗତ ନୀଳାଦ୍ରି ପ୍ରସାଦ ଗ୍ରାମପଞ୍ଚାୟତର‌ ପୂର୍ବତନସରପଞ୍ଚ ଆଶାମଣୀ ସାହୁ,କୁଲେଇ ପଞ୍ଚାୟତର ପୂର୍ବତନ ସରପଞ୍ଚ ପ୍ରସନ୍ନ କୁମାର ପ୍ରଧାନ ଏବଂ ନୀଳାଦ୍ରିପ୍ରସାଦ ପଞ୍ଚାୟତର‌ ବହୁ ୱାର୍ଡସଭ୍ୟ,ସଭ୍ୟା, ବିଜେଡ଼ିର କାର୍ଯ୍ୟକର୍ତ୍ତା ଓ କୁଲେଇପଞ୍ଚାୟତର ବିଜେଡି କାର୍ଯ୍ୟକର୍ତ୍ତାମାନେ ବିଜୁ ଜନତାଦଳ ପରିତ୍ୟାଗ କରି ଭାରତୀୟ ଜନତାପାର୍ଟିର ନୀତି ଆଦର୍ଶ,ପ୍ରଧାନମନ୍ତ୍ରୀଙ୍କ ବଳିଷ୍ଠ ନେତୃତ୍ୱ ଓ ମୁଖ୍ୟମନ୍ତ୍ରୀଙ୍କ ବିକାଶ ମୂଳକ କାର୍ଯ୍ୟକଳାପରେ ଅନୁପ୍ରାଣିତ‌ ହୋଇ‌ ଆଇନମନ୍ତ୍ରୀ ପ୍ରୁଥିରାଜ ହରିଚନ୍ଦନଙ୍କ ଉପସ୍ଥିତିରେ ଭାରତୀୟ ଜନତାପାର୍ଟିରେ ବିଧିବଦ୍ଧଭାବେ ସାମିଲ୍ ହୋଇଥିଲେ।ମନ୍ତ୍ରୀ ସାମିଲ ହୋଇଥିବା ସମସ୍ତ ନୂତନ କାର୍ଯ୍ୟକର୍ତ୍ତାମାନଙ୍କୁ ଦଳୀୟ ଉତ୍ତରୀୟ ପିନ୍ଧାଇଥିଲେ। ଏହି ମିଶ୍ରଣପର୍ବ ଚିଲିକା ନିର୍ବାଚନମଣ୍ଡଳୀ ସମେତ ଓଡ଼ିଶାରେ ବିଜେପିର

ବିଜୟ ସଂକଳ୍ପଯାତ୍ରାକୁ ସୁଦୃଢ଼ କରିବ ଓ ଦଳର ସଂଗଠନକୁ ତୃଣମୂଳ ସ୍ତରରେ ଅଧିକ ମଜବୁତ୍ କରିବ ବୋଲି ମନ୍ତ୍ରୀ ହରିଚନ୍ଦନ କହିଛନ୍ତି।ଏହି ମିଶ୍ରଣ ସମାରୋହରେ ଅନ୍ୟମାନଙ୍କ ମଧ୍ୟରେ ପୁରୀ ଲୋକସଭା କ୍ଷେତ୍ରର ସାଂସଦ ଡ଼ାଃ ସମ୍ବିତ ପାତ୍ର, ପୂର୍ବତନ ଜିଲ୍ଲାପରିଷଦ ସଭ୍ୟ ଦୁଷ୍ମନ୍ତ ହରିଚ଼ନ୍ଦନ, ବାଣପୁର ବ୍ଲକ ଅଧ୍ୟକ୍ଷ‌ ଅମରେନ୍ଦ୍ର ରଣସିଂହ,ଚ଼ିଲିକା ବ୍ଲକ ଅଧ୍ୟକ୍ଷା ଜ୍ୟୋସ୍ନା ବେହେରା, ବାଣପୁରବ୍ଲକ ଉପାଧ୍ୟକ୍ଷାଙ୍କ ପ୍ରତିନିଧି ମାଧବ ପ୍ରଧାନଙ୍କ ସମେତ ଦଳର ବହୁ ବରିଷ୍ଠ ନେତୃବୃନ୍ଦମାନେ ଉପସ୍ଥିତ ଥିଲେ।

- Advertisement -

Leave A Reply

Your email address will not be published.