ବିଜେଡି ନେତା ପ୍ରସନ୍ନଆଚାର୍ଯ୍ୟ ଗୁରୁତର

0 65

ଭୁବନେଶ୍ୱର,୧୫ା୩(ଏସଏସନିଉଜ) ଦୁର୍ଘଟଣାରେ ବରିଷ୍ଠ ବିଜେଡି ନେତା ପ୍ରସନ୍ନଆଚାର୍ଯ୍ୟ ଗୁରୁତର ଆହତ ହୋଇଛନ୍ତି ।ପ୍ରସନ୍ନଙ୍କ ସହ ତାଙ୍କ ପିଏସଓ ମଧ୍ୟ ଗୁରୁତର ଆହତ ହୋଇଥିବାବେଳେ ଡ୍ରାଇଭର ସାମାନ୍ୟ ଆହତ ହୋଇଛନ୍ତି ।ସମ୍ବଲପୁର ରେଢ଼ାଖୋଲ ବେଲଡିହି ନିକଟରେ ଏହି ଦୁର୍ଘଟଣା ଘଟିଛି ।ଗ୍ୟାସ୍ ବୋଝେଇ ଟ୍ୟାଙ୍କର ସହ ପ୍ରସନ୍ନଙ୍କ କାର୍ ମୁହାଁମୁହିଁ ଧକ୍କା ହୋଇଛି ।ପ୍ରାଥମିକ ଚିକିତ୍ସା ପରେ ଉଭୟଙ୍କୁ ସମ୍ବଲପୁରକୁ ସ୍ଥାନାନ୍ତର କରାଯାଇଛି ।ଏବେ ପ୍ରସନ୍ନଆଚାର୍ଯ୍ୟଙ୍କ ସ୍ୱାସ୍ଥ୍ୟାବସ୍ଥା ସ୍ଥିର ଥିବା ସୂଚନା ମିଳିଛି ।ନବୀନ ନିବାସରେ ଦଳୀୟ ବୈଠକରୁ ଭୁବନେଶ୍ୱରରୁ ବରଗଡ଼ ଫେରୁଥିବା ବେଳେ ବିଳମ୍ବିତ ରାତିରେ ପ୍ରସନ୍ନଆଚାର୍ଯ୍ୟଙ୍କ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଛି । ଦୁର୍ଘଟଣା ଘଟାଇଥିବା ଟ୍ୟାଙ୍କର ଡ୍ରାଇଭରକୁ ଅଟକ ରଖି ପୋଲିସ ତଦନ୍ତ ଆରମ୍ଭ କରିଛି ।

Leave A Reply

Your email address will not be published.