ବିଜେଡିରୁ ସସ୍‌ପେଣ୍ଡ ହେଲେ ୬ ବିଧାୟକ

ଭୁବନେଶ୍ୱର,୨୧।୩(ଏସଏସନିଉଜ)କ୍ରସ ଭୋଟିଂକୁ ନେଇ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ କଡ଼ା ଆକ୍ସନ ନେଇଛନ୍ତି। ଦଳରୁ ୬ ବିଧାୟକଙ୍କୁ ନବୀନ ନିଲମ୍ବନ କରିଛନ୍ତି। ଏମାନେ ହେଲେ ବାଲିଗୁଡ଼ା ବିଧାୟକ ଚକ୍ରମଣି କହଁର, ଜୟଦେବ ବିଧାୟକ ନବ କିଶୋର ମଲ୍ଲିକ, କଟକ-ଚୌଦ୍ୱାର ବିଧାୟକ ସୌଭିକ୍‌ ବିଶ୍ୱାଳ, ବସ୍ତା ବିଧାୟିକା ସୁବାସିନୀ ଜେନା, ତିର୍ତ୍ତୋଲ ବିଧାୟକ ରମାକାନ୍ତ ଭୋଇ ଏବଂ ବାଙ୍କୀ ବିଧାୟକ ଦେବୀରଞ୍ଜନ ତ୍ରିପାଠୀ।ଦଳ ବିରୋଧୀ କାର୍ଯ୍ୟ ପାଇଁ ବିଜେଡି ରାଜନୈତିକ ବ୍ୟାପାର କମିଟି ବୈଠକରେ ଏହି ନିଷ୍ପତ୍ତି ହୋଇଛି।ସେମାନଙ୍କ ସଭ୍ୟପଦ ରଦ୍ଦ ପାଇଁ ବାଚସ୍ପତିଙ୍କୁ ଚିଠି ଲେଖିବୁ ବୋଲି ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକଙ୍କ ସୂଚନା ଦେଉଛନ୍ତି।

- Advertisement -

Leave A Reply

Your email address will not be published.