କରୋନା-ରାଜ୍ୟରେ ୪୦ମୃତ, ଚିହ୍ନଟ ହେଲା ୮୩୯୯ ନୁଆ ଆକ୍ରାନ୍ତ

0 178

ଭୁବନେଶ୍ୱର,୨/୬(ଏସଏସନିୟୁଜ) ରାଜ୍ୟରେ ଆଜି ୪୦ ଜଣ କରୋନାସଂକ୍ରମିତଙ୍କ ମୃତ୍ୟୁ ଘଟିଛି।ମୃତକଙ୍କ ମଧ୍ୟରେ ଅନୁଗୁଳ,କଟକ, କଳାହାଣ୍ଡ. ଖୋର୍ଦ୍ଧାରୁ ୫ ଲେଖାଏଁ , ଝାରସୁଗୁଡ଼ାରୁ ୪, ବୌଦ୍ଧ ଓ ରାୟଗଡ଼ାରୁ ୩ ଲେଖାଏଁ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି। ଦେବଗଡ଼, ସମ୍ବଲପୁର, ନବରଙ୍ଗପୁରରୁ ୨ ଲେଖାଏଁ ଓ ବାଲେଶ୍ୱର, ଢ଼େଙ୍କାନାଳ, ଯାଜପୁର, ମାଲକାନଗିରିରୁ ଜଣେ ଲେଖାଏଁ ରୋଗୀ ୨୪ ଘଣ୍ଟା ମଧ୍ୟରେ ମୃତ୍ୟୁବରଣ କରିଛନ୍ତି । ଏହାକୁ ମିଶାଇ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨ ହଜାର ୮୩୧କୁ ବୃଦ୍ଧି ପାଇଛି।ଗତ ୨୪ ଘଣ୍ଟା ମଧ୍ୟରେ ୮୩୯୯ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୪୭୪୧ କ୍ୱାରେଣ୍ଟିନରେ ଥିବାବେଳେ ୩୬୫୮ ଲୋକାଲ କଣ୍ଟାକ୍ସ ଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।ଏହି ନୁଆ ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳରୁ ୪୬୮, ବାଲେଶ୍ୱରରୁ ୨୪୦, ବରଗଡରୁ ୧୮୯, ଭଦ୍ରକରୁ ୧୪୭, ବଲାଙ୍ଗିରରୁ ୧୧୬, ବୌଦ୍ଧରୁ ୧୬୬, କଟକରୁ ୭୬୬, ଦେବଗଡରୁ ୮୧, ଢେଙ୍କାନାଳରୁ ୪୫୧, ଗଜପତିରୁ ୮୦, ଗଞ୍ଜାମରୁ ୬୫, ଜଗତସିଂହପୁରରୁ ୨୬୯, ଯାଜପୁରୁରୁ ୫୧୪, ଝାରସୁଗୁଡାରୁ ୫୩, କଳାହାଣ୍ଡିରୁ ୧୯୦, କନ୍ଧମାଳରୁ ୯୫, କେନ୍ଦ୍ରାପଡାରୁ ୨୧୦, କେନ୍ଦୁଝରରୁ ୧୮୬ ଏକ କୋରାପୁଟରୁ ୧୭୮ ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି।ମାଲକାନଗିରିରୁ ୧୨୮, ମୟୂରଭଞ୍ଜରୁ ୪୮୫, ନବରଙ୍ଗପୁରରୁ ୨୦୦, ନୟାଗଡରୁ ୨୨୩, ନୂଆପଡାରୁ ୩୪, ପୁରୀରୁ ୪୭୫, ରାୟଗଡାରୁ ୨୯୨, ସମ୍ବଲପୁରରୁ ୧୯୧, ସୋନପୁରରୁ ୧୪୩, ସୁନ୍ଦରଗଡରୁ ୪୭୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ଷ୍ଟେଟ ପୁଲ୍‌ରୁ ଚିହ୍ନଟ ହୋଇଛନ୍ତି ୧୮୫।

 

 

 

 

 

 

Leave A Reply

Your email address will not be published.