କରୋନା ସଂକ୍ରମିତ ଚିହ୍ନଟ ୨୫୪୨.ମୃତ୍ୟୁ ୫୭

0 186

ଭୁବନେଶ୍ୱର,୮/୭(ଏସଏସନିୟୁଜ) ରାଜ୍ୟରେ ଆଉ ୨୫୪୨ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୫୭ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୯,୩୨,୩୩୦କୁ ବୃଦ୍ଧି ପାଇଛି ଓ ମୃତ୍ୟୁ ସଂଖ୍ୟା ୪,୪୧୫ରେ ପହଞ୍ଚିଛି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟିନରୁ ୧୪୫୮ ଚିହ୍ନଟ ହୋଇଥିବା ବେଳେ ଲୋକାଲ୍ କଣ୍ଟାକ୍ସ ୧୦୮୪ ରହିଛି। ନୁଆ ଆକ୍ରାନ୍ତଙ୍କ ମଧ୍ୟରେ ସର୍ବାଧିକ କଟକରୁ ୪୨୮ ଓ ତାପଛକୁ ଖୋର୍ଦ୍ଧାରୁ ୪୨୪ ପଜିଟିଭ୍ ଚିହ୍ନଟ ହୋଇଛନ୍ତି।ସେହିଭଳିଭାବେ ରାଜ୍ୟରେ ଗତ ଦୁଇଦିନ ହେବ କରୋନ ଜନିତ ମୃତ୍ୟୁ ସଂଖ୍ୟା ବଢିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୭ ଜଣଙ୍କ ମୃତ୍ୟୁ ଘଟିଛି । ତେବେ ଖୋର୍ଦ୍ଧାରୁ ସର୍ବାଧିକ ୧୦ ଜଣ ମୃତ୍ୟୁବରଣ କରିଛନ୍ତି । ସେହିପରି ବରଗଡ଼, ଗଞ୍ଜାମ, ପୁରୀ, ନୟାଗଡ଼ ଓ ସୁନ୍ଦରଗଡ଼ରୁ ୫ ଜଣ ଲେଖାଏଁ ,ଢେଙ୍କାନାଳ, କଳାହାଣ୍ଡି, କୋରାପୁଟରୁ ୪ ଜଣ ଲେଖାଏଁ ,ଅନୁଗୁଳ, ମୟୂରଭଞ୍ଜରୁ ୩ ଜଣ ଲେଖାଏଁ, ବାଲେଶ୍ୱର, କଟକ, ଦେବଗଡ଼, ରାୟଗଡ଼ରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave A Reply

Your email address will not be published.