କରୋନା ଟିକା ନେଲେ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ

0 268

ନୂଆଦିଲ୍ଲୀ,୧/୩(ସତ୍ୟସନ୍ଧାନ ଡେସ୍କ)ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କରୋନା ଟିକା ନେଇଛନ୍ତି। କୋଭିଡ଼ର ପ୍ରଥମ ଟିକା ସେ ଦିଲ୍ଲୀ ଏମ୍ସରେ ନେଇଛନ୍ତି। ଏ ସଂପର୍କରେ ସେ ନିଜେ ଟ୍ୱିଟ୍ କରି ଜଣାଇଛନ୍ତି।ଟିକା ନେବା ପରେ ସେ ସମସ୍ତ ଡାକ୍ତର ଏବଂ ବୈଜ୍ଞାନିକମାନଙ୍କୁ ଧନ୍ୟବାଦ ଦେଇଛନ୍ତି। ବୈଜ୍ଞାନିକ ଏବଂ ଡାକ୍ତରଙ୍କ ଉଦ୍ୟମ ଯୋଗୁଁ ଭାରତ ଆଜି କୋଭିଡ ବିରୋଧରେ ଭଲ ଭାବେ ଲଢ଼େଇ କରିପାରୁଛି ବୋଲି ମୋଦି କହିଛନ୍ତି। ଏଥିସହ ସମସ୍ତ ଯୋଗ୍ୟ ବ୍ୟକ୍ତିଙ୍କୁ ଟିକା ନେବାକୁ ପ୍ରଧାନମନ୍ତ୍ରୀ ଅନୁରୋଧ କରିଛନ୍ତି। ଟିକା ନେଇ ଭାରତକୁ କୋଭିଡ୍ ମୁକ୍ତ କରିବାକୁ ସେ ଆହ୍ୱାନ କରିଛନ୍ତି ।

ସେହିଁଭଳିଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି କୋଭିଡ ଟୀକା ନେଇଛନ୍ତି।ବିଧାନସଭା ଡିସପେନସାରିରେ କୋଭାକ୍ସିନର ପ୍ରଥମ ଡୋଜ ନେଇଛନ୍ତି ମୁଖ୍ୟମନ୍ତ୍ରୀ ।

Leave A Reply

Your email address will not be published.