କଟକଚଣ୍ଡୀମନ୍ଦିରରେ ରାଷ୍ଟ୍ରପତି ଦ୍ରୌପଦୀମୁର୍ମୁ

0 147

କଟକ,୨୬।୭(ଏସଏସନିଉଜ) ସଡ଼କପଥରେ କଟକଚଣ୍ଡୀମନ୍ଦିରକୁ ଯାଇ ମା ଚଣ୍ଡୀଙ୍କୁ ଦର୍ଶନ କରିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀମୁର୍ମୁ । ରାଷ୍ଟ୍ରପତି ପହଁଚିବାପରେ ହୁଳୁହୁଳିରେ କମ୍ପିଉଠିଲା କଟକଚଣ୍ଡୀମନ୍ଦିରର ପରିବେଶ । ରାଷ୍ଟ୍ରପତିଙ୍କ ସହ ରାଜ୍ୟପାଳ ପ୍ରଫେସର୍ ଗଣେଶୀଲାଲ୍ ମଧ୍ୟ ମାଙ୍କର ଦର୍ଶନ କରିଛନ୍ତି। ରାଷ୍ଟ୍ରପତି ଦ୍ରୌପଦୀମୁର୍ମୁ ପ୍ରୋଟୋକଲ୍ ଭାଙ୍ଗି ଲୋକଙ୍କ ସହ ମିଶିଥିବାର ଦେଖିବାକୁ ମିଳିଥିଲା । ରାଷ୍ଟ୍ରପତିଙ୍କ ଆସିବାର ସୁଚନା ରହିଥିବାରୁ ଚଣ୍ଡୀମନ୍ଦିର ନିକଟରେ କଟକବାସୀଙ୍କ ନାହିଁ ନଥିବା ଭିଡ଼ ପରିଲକ୍ଷିତ ହୋଇଥିଲା ।ତେବେ କଟକରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭବ୍ୟ ସ୍ୱାଗତ କରାଯାଇଥିଲା । ରାଷ୍ଟ୍ରପତିଙ୍କ ଓଡ଼ିଶା ଗସ୍ତ ପାଇଁ ସୁରକ୍ଷା ବ୍ୟବସ୍ଥାକୁ ପୁଲିସ ପକ୍ଷରୁ କଡ଼ାକଡ଼ି କରାଯାଇଛି।

Leave A Reply

Your email address will not be published.