ଦାନା ବାନ୍ଧୁଛି ଲଘୁଚାପ

0 273

ଭୁବନେଶ୍ୱର, ୨୫/୦୭(ଏସ ଏସ ନିୟୁଜ)   ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ । ଆସନ୍ତା ୨୮ ତାରିଖବେଳକୁ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇପାରେ । ଏହା ପ୍ରଭାବରେ ରାଜ୍ୟରେ ୨୭ ତାରିଖରୁ ୨୯ ତାରିଖ ଯାଏଁ ବର୍ଷା ହେବ ।ପାଣିପାଗ ବିଭାଗ ଆକଳନ ଅନୁଯାୟୀ ରବିବାର ରାଜ୍ୟରେ କେତେକ ଜାଗାରେ ମଧ୍ୟମ ଧରଣର ବର୍ଷା ହୋଇପାରେ । ସୋମବାର ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢେଙ୍କାନାଳ, ବାଲେଶ୍ୱର, ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁରରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ । ମଙ୍ଗଳବାର ଠାରୁ ଅନେକ ସ୍ଥାନରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା ଅଛି ।

Leave A Reply

Your email address will not be published.