ଡିସେମ୍ବର ୮ ଭାରତ ବନ୍ଦ ଡାକରାକୁ ରାଜ୍ୟ କଂଗ୍ରେସର ପୂର୍ଣ୍ଣ ସମର୍ଥନ

0 330

ଭୁବନେଶ୍ୱର,୫/୧୧(ଏସଏସନିୟୁଜ) କେନ୍ଦ୍ର ସରକାରଙ୍କ ଦ୍ୱାରା ପ୍ରଣୀତ ୩ ଗୋଟି କଳା କୃଷି ଆଇନ୍ ବିରୋଧରେ ଆନ୍ଦୋଳନରତ କୃଷକ ସଂଗଠନଗୁଡିକ ଡିସେମ୍ବର ୮ ତାରିଖ ମଙ୍ଗଳବାର ଦେଇଥିବା ଭାରତ ବନ୍ଦ ଡାକରାକୁ ପ୍ରଦେଶ କଂଗ୍ରେସ କମିଟି ପୂର୍ଣ୍ଣ ସମର୍ଥନ କରୁଅଛି । କୃଷକମାନେ ଆମର ଅନ୍ନଦାତା ଓ ଅର୍ଥନୀତିର ମେରୁଦଣ୍ଡ । କୃଷକ ଭାଇଭଉଣୀମାନେ କୃଷି ଆଇନକୁ ବିରୋଧ କରିବା ସଂପୂର୍ଣ୍ଣ ଯଥାର୍ଥ ଓ ଯୁକ୍ତିସଂଗତ ବୋଲି ପିସିସି ସଭାପତି ଶ୍ରୀଯୁକ୍ତ ନିରଞ୍ଜନ ପଟ୍ଟନାୟକ ମତବ୍ୟକ୍ତ କରିଛନ୍ତି ।କୃଷକମାନଙ୍କର ବୃହତର ହିତ ଓ ସ୍ୱାର୍ଥକୁ ଦୃଷ୍ଟିରେ ରଖି ୱାର୍ଡ ସ୍ତରରୁ ଆରମ୍ଭ କରି ଗ୍ରାମ ପଂଚାୟତ, ବ୍ଲକ, ପୌରପରିଷଦ, ମହାନଗର ନିଗମ, ବିଜ୍ଞପିତ ଅଂଚଳ ପରିଷଦ, ଜିଲ୍ଲା ଓ ରାଜ୍ୟ ସ୍ତରରେ ବନ୍ଦକୁ ସଂପୂର୍ଣ୍ଣ ସଫଳ କରିବା ପାଇଁ କଂଗ୍ରେସର ସମସ୍ତ କର୍ମକର୍ତା,ପିସିସି ସଭ୍ୟ ଓ ତ୍ରିସ୍ତରୀୟ ଜନପ୍ରତିନିଧିମାନଙ୍କୁ ପିସିସି ସଭାପତି ଶ୍ରୀଯୁକ୍ତ ପଟ୍ଟନାୟକ ମାର୍ଗଦର୍ଶନ ଦେଇଥିବା ବେଳେ ସ୍ୱତଃପ୍ରବୃତ ବନ୍ଦରେ ସକ୍ରୀୟ ସହଯୋଗ ଓ ଅଂଶଗ୍ରହଣ କରି ପୂର୍ଣ୍ଣ ସଫଳ କରିବା ଲାଗି ଓଡିଶାବାସୀଙ୍କୁ  ଅନୁରୋଧ କରିଛନ୍ତି ।

Leave A Reply

Your email address will not be published.