ଡିଏଫଓଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ରାୟଗଡା,୨୪ା୮(ଏସଏସନିଉଜ) ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଜି ଭିଜିଲାନ୍ସ ପକ୍ଷରୁ ରାୟଗଡ଼ା ଡିଏଫଓ ବିଜୟ କୁମାର ପରିଡ଼ାଙ୍କ ରାୟଗଡା ଗାନ୍ଧିନଗର ସ୍ଥିତ ସରକାରୀ ବାସଭବନ ସମେତ ୭ଟି ସ୍ଥାନରେ ଚଢ଼ାଉ କରିଛି। ଭିଜିଲାନ୍ସ ଏହି ଚଢାଉ କରାଯାଇଛି । ଭିଜିଲାନ୍ସର୫ ଜଣିଆ ଟିମ୍ ରାୟଗଡାରେ ଥିବା ସରକାରୀ ବାସଭବନ, ରାୟଗଡାରେ ଥିବା ଅଫିସ, ଭୁବନେଶ୍ୱର କଳାରାହାଙ୍ଗରେ ଥିବା ଫ୍ଲାଟ, କଟକ ସଦରର ଉରାଳୀରେ ନିର୍ମାଣାଧୀନ ଥିବ ଅଟ୍ଟାଳିକା, ଉରାଳୀରେ ଥିବା ସମ୍ପର୍କୀୟଙ୍କ ବାସଭବନ, ଶିଶୁବିହାର ଭୁବନେଶ୍ୱରରେ ଥିବା ସମ୍ପର୍କୀୟଙ୍କ ଘର, ଯାଜପୁର ଦାନଗଦୀରେ ଥିବା ପୈତୃକ ବାସଭବନରେ ଚଢ଼ାଉ ଚାଲିଛି ।ଚଢଉସମୟରେ ବୀମା ରସିଦ ଓ ବଣ୍ଡ ସମେତ ବ୍ୟାଙ୍କ ଡିପୋଜିଟ କାଗଜପତ୍ର ଠାବ କରିଛି ଭିଜିଲାନ୍ସ ଟିମ୍ ।

- Advertisement -

Leave A Reply

Your email address will not be published.