ଧର୍ମେନ୍ଦ୍ର ପ୍ରଧାନଙ୍କ ଜନ୍ମଦିନରେ ରକ୍ତଦାନ

ଭୁବନେଶ୍ୱର,୨୬।୬(ଏସଏସନିଉଜ)କେନ୍ଦ୍ରମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ୫୭ତମ ଜନ୍ମଦିନ ଅବସରରେ ଉତ୍ତର ଭୁବନେଶ୍ୱର ଭାରତୀୟ ଜନତା ପାର୍ଟିର କାର୍ଯ୍ୟକର୍ତ୍ତାମାନଙ୍କ ଦ୍ୱାରା ଏକ ବିଶାଳ ରକ୍ତଦାନ ଶିବିର ସଫଳତାର ସହ ଅନୁଷ୍ଠିତ ହୋଇଯାଇଛି।ରାଜ୍ୟ ବିଜେପିର ବରିଷ୍ଠ ନେତା ଶ୍ରୀ ଗୋଲକ ମହାପାତ୍ରଙ୍କ ପ୍ରତ୍ୟକ୍ଷ ନେତୃତ୍ୱରେ ଆୟୋଜିତ ଏହି ମହତ କାର୍ଯ୍ୟକ୍ରମରେ ଯୁବବର୍ଗ ଏବଂ କାର୍ଯ୍ୟକର୍ତ୍ତାମାନେ ସ୍ୱେଚ୍ଛାକୃତ ଭାବେ ରକ୍ତଦାନ କରିଛନ୍ତି।ଏହି ଅବସରରେ FAITH ଚାରିଟେବୁଲ ଟ୍ରଷ୍ଟର ଅଧ୍ୟକ୍ଷ ଶ୍ରୀ ସିପୁନ୍ ପାତ୍ର ଏବଂ ଟ୍ରଷ୍ଟର ସମସ୍ତ ସଦସ୍ୟ ଉପସ୍ଥିତ ରହି କାର୍ଯ୍ୟକ୍ରମ ପରିଚାଳନାରେ ସମ୍ପୂର୍ଣ୍ଣ ସହଯୋଗ କରିଥିଲେ। ସମସ୍ତ ରକ୍ତଦାତା ଓ ସହଯୋଗୀଙ୍କୁ ସାଧୁବାଦ।

- Advertisement -

Leave A Reply

Your email address will not be published.