ଧର୍ମେନ୍ଦ୍ରଙ୍କୁ କର୍ଣ୍ଣାଟକର ଦାୟିତ୍ୱ

0 199

ଭୁବନେଶ୍ୱର,୨୬/୭(ଏସଏସନିୟୁଜ) କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ବିଏସ୍ ୟେଦ୍ୟୁରପ୍ପା ରାଜଭବନରେ ରାଜ୍ୟପାଳଙ୍କୁ ଭେଟି ଇସ୍ତଫା ପତ୍ର ପ୍ରଦାନ କରିଛନ୍ତି ।ୟେଦିୟୁରପ୍ପାଙ୍କ ଇସ୍ତଫା ପରେ କର୍ଣ୍ଣାଟକରେ କିଏ ହେବ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ଏହାକୁ ନେଇ ଆରମ୍ଭ ହୋଇଯାଇଛି ଚର୍ଚ୍ଚା । ତେବେ କର୍ଣ୍ଣାଟକ ରାଜନୈତିକ ଅସ୍ଥିରତା ଦୂର କରିବାକୁ ଧର୍ମେନ୍ଦ୍ରଙ୍କୁ କର୍ଣ୍ଣାଟକ ପର୍ଯ୍ୟବେକ୍ଷକ  ଦାୟିତ୍ୱ ଦେଇଛି କେନ୍ଦ୍ର ବିଜେପି । କର୍ଣ୍ଣାଟକରେ କିଏ ହେବ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ,ଏହାଉପରେ ଆଶାୟୀମାନଙ୍କ ସହ ଆଲୋଚନା କରିବେ ଧର୍ମେନ୍ଦ୍ର । କର୍ଣ୍ଣାଟକର ୪ ଥର ମୁଖ୍ୟମନ୍ତ୍ରୀ ହୋଇଥିବା ୟେଦିୟୁରପ୍ପା ସରକାରର ୨ ବର୍ଷ ପୂର୍ତ୍ତି ଦିନ ହିଁ ଇସ୍ତଫା ଦେବା ନେଇ ଘୋଷଣା କରିଥିଲେ । ତେବେ ୨ ବର୍ଷ ସେବା କରିବା ପାଇଁ ସୁଯୋଗ ଦେଇଥିବାରୁ କର୍ଣ୍ଣାଟକବାସୀଙ୍କୁ ଧନ୍ୟବାଦ ଜଣାଇଥିଲେ ୟେଦିୟୁରପ୍ପା ।

Leave A Reply

Your email address will not be published.