ଦିଲ୍ଲୀ ପୂର୍ବତନ ଉପମୁଖ୍ୟମନ୍ତ୍ରୀଙ୍କୁ ମିଳିଲା ସର୍ତମୁଳକ ଜାମିନ

ଭୁବନେଶ୍ୱର,୯ା୮(ଏସଏସନିଉଜ)ଦିଲ୍ଲୀ ଅବକାରୀ ନୀତି ଦୁର୍ନୀତି ମାମଲାରେ ଗିରଫ ହୋଇଥିବା ଦିଲ୍ଲୀ ପୂର୍ବତନ ଉପମୁଖ୍ୟମନ୍ତ୍ରୀ ତଥା ଆପ୍ ନେତା ମନୀଷ ସିସୋଦିଆଙ୍କୁ ଜାମିନ ମିଳିଛି। ଆଜି ସୁପ୍ରିମକୋର୍ଟ ତାଙ୍କୁ ଜାମିନ ଦେଇଛନ୍ତି। ଦିଲ୍ଲୀ ଅବକାରୀ ନୀତି ଦୁର୍ନୀତି ମାମଲାରେ ୨୮ ଫେବ୍ରୁଆରୀ ୨୦୨୩ରେ ସିସୋଦିଆଙ୍କୁ ଗିରଫ କରିଥିଲା ସିବିଆଇ। ଏହାପରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ (ଇଡି) ମଧ୍ୟ ଗିରଫ କରିଥିଲା। ଦିଲ୍ଲୀ ଅବକାରୀ ନୀତି ଦୁର୍ନୀତି ମାମଲାରେ ଏକାଧିକ ଅଭିଯୋଗ କ୍ରମେ କେନ୍ଦ୍ରୀୟ ତଦନ୍ତକାରୀ ସଂସ୍ଥା ତାଙ୍କୁ ଗିରଫ କରିଥିଲାାଦୀର୍ଘ ଦିନ ଜେଲରେ ରହିବା ପରେ ସିସୋଦିଆ ଅନେକ ଥର ଜାମିନ ପାଇଁ ଆବେଦନ କରିଛନ୍ତି। କିନ୍ତୁ ତଳ କୋର୍ଟ ଏବଂ ହାଇକୋର୍ଟରୁ ତାଙ୍କୁ ଜାମିନ ମିଳିନଥିଲା। ତାଙ୍କ ବିରୁଦ୍ଧରେ ଏପର‌୍ୟ୍ୟନ୍ତ ମକଦ୍ଦମା ଆରମ୍ଭ ହୋଇନଥିବାରୁ ବେଲ୍ ପାଇଁ ସୁପ୍ରିମକୋର୍ଟରେ ଦ୍ୱାରସ୍ଥ ହୋଇଥିଲେ। ଆଜି ସୁପ୍ରିମକୋର୍ଟର ଦୁଇଜଣିଆ ଖଣ୍ଡପୀଠ ତାଙ୍କୁ ଜାମିନ ଦେଇଛନ୍ତିାଅଗଷ୍ଟ ୬ରେ ଏହି ମାମଲାର ଶୁଣାଣି କରି ରାୟ ସଂରକ୍ଷିତ ରଖିଥିଲେ ସର୍ବୋଚ୍ଚ ଅଦାଲତ। ଆଜି ବିଚାରପତି ଜଷ୍ଟିସ ବି.ଆର ଗାଭାଇ ଏବଂ ଜଷ୍ଟିସ କେ.ଭି ବିଶ୍ୱନାଥନଙ୍କ ଖଣ୍ଡପୀଠ ରାୟ ପ୍ରକାଶ କରି ସିସୋଦିଆଙ୍କୁ ସର୍ତ୍ତମୂଳକ ଜାମିନ ପ୍ରଦାନ କରିଛନ୍ତି।

 

- Advertisement -

Leave A Reply

Your email address will not be published.