ଡକ୍ଟର ଆମ୍ବେଦକରଙ୍କ ନାମରେ ନାମିତହେବ ବରମୁଣ୍ଡା ବସଷ୍ଟାଣ୍ଡ

0 85

ଭୁବନେଶ୍ବର ,୫ା୨(ଏସଏସନିଉଜ)ଭାରତୀୟ ସମ୍ବିଧାନର ଜନକ ତଥା ସାମାଜିକନ୍ୟାୟର ମହାନ୍ ପ୍ରବକ୍ତା ଡକ୍ଟରଆମ୍ବେଦକରଙ୍କ ନାମରେ ନାମିତ ହେବ ଭୁବନେଶ୍ଵର ବରମୁଣ୍ଡାର ନବନିର୍ମିତ ବସଷ୍ଟାଣ୍ଡ । ଆଜି ମୁଖ୍ୟମନ୍ତ୍ରୀ ଶ୍ରୀନବୀନ ପଟନାୟକ ଏହା ପ୍ରକାଶ କରିବା ସହ ଡକ୍ଟର ଆମ୍ବେଦକରଙ୍କ ପ୍ରତି ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।ଏବେ ବରମୁଣ୍ଡା ବସଷ୍ଟାଣ୍ଡ ବାବାସାହେବ ଭୀମରାଓ ଆମ୍ବେଦକର ବସଟର୍ମିନାଲ ଭାବରେ ପରିଚିତ ହେବ ।
ମୁଖ୍ୟମନ୍ତ୍ରୀ କହିଛନ୍ତିଯେ, ଡକ୍ଟର ଆମ୍ବେଦକର ଜଣ ଦୂରଦର୍ଶୀନେତା ସମର୍ପିତ ସମାଜ ସଂସ୍କାରକ ଥିଲେ ।ସମାଜର ଦଳିତ ନିଷ୍ପେଶିତ ଙ୍କ ପାଇଁ ସେ ଥିଲେ ଆଶାର ଆଲୋକ. ଏକ ନ୍ୟାୟପୂର୍ଣ ସମାଜ ଗଠନପାଇଁ ସେ ସାରାଜୀବନ କାମ କରିଯାଇଛନ୍ତି ।ଦେଶ ଗଠନରେ ତାଙ୍କର ମହାନ୍ ଅବଦାନ ଓ ଆଦର୍ଶ ବିଷୟରେ ଜନସାଧାରଣଙ୍କୁ ସଚେତନ କରିବା ପାଇଁ ଡକ୍ଟର ବାବାସାହେବ ଆମ୍ବେଦକର ବସଷ୍ଟାଣ୍ଡ ରେ ୯୦୦ ବର୍ଗ ଫୁଟ ଅଞ୍ଚଳରେ ଏକ ସ୍ଵତନ୍ତ୍ର ଗ୍ୟାଲେରୀ ନିର୍ମାଣ କରାଯିବ. ଡିଜିଟାଲ ଜ୍ଞାନକୌଶଳ ବ୍ୟବହାର ଜରିଆରେ ଡକ୍ଟରଆମ୍ବେଦକରଙ୍କ ଜୀବନୀ ଓ ଆଦର୍ଶକୁ ଏଠାରେ ସୁନ୍ଦର ଭାବରେ ଉପସ୍ଥାପିତ କରାଯିବ. ଭାରତୀୟ ସମ୍ବିଧାନର ଏକ ନକଲ ସହିତ ବାବା ସାହେବ ଦ୍ଵାରା ବ୍ୟବହୃତ ବିଭିନ୍ନଜିନିଷ ମଧ୍ୟ ଏଠାରେ ପ୍ରଦର୍ଶିତ ହେବ ।୧୫.୫ ଏକର ପରିମିତ ଜମିରେ ନିର୍ମିତ ଏହି ବସଷ୍ଟାଣ୍ଡ ଦୈନିକ ତିରିଶହଜାର ଯାତ୍ରୀଙ୍କ ପରିବହନର ମୁଖ୍ୟମାଧ୍ୟମ ହେବ .ଏହାକୁ ଦୃଷ୍ଟିରେରଖି ଏଠାରେ ଯାତ୍ରୀମାନଙ୍କପାଇଁ ବିଭିନ୍ନ ସୁବିଧାସୁଯୋଗର ବିକାଶ କରାଯିବା ସହ ନିରାପତ୍ତାପ୍ରତି ମଧ୍ୟ ସ୍ଵତନ୍ତ୍ର ଧ୍ୟାନ ଦିଆଯାଇଛି ।

Leave A Reply

Your email address will not be published.