ଡିସିପି ଅଫିସରେ ଆତ୍ମସମର୍ପଣ କଲେ ଜଗନ୍ନାଥ ପ୍ରଧାନ

ଭୁବନେଶ୍ୱର,୩।୭(ଏସଏସନିଉଜ)ବିଏମସି ଅତିରିକ୍ତ କମିସନରଙ୍କୁ ମାଡ଼ ଘଟଣାରେ ନୂଆ ମୋଡ଼ ଆସିଛି।ସୋମବାର ଦିନ ବିଏମ୍‌ସିର ଅତିରିକ୍ତ କମିସନରଙ୍କୁ ମାଡ଼ ଘଟଣା ନେଇ ଜଗନ୍ନାଥ ପ୍ରଧାନ ବିବାଦରେ ଫସିଛନ୍ତି। ଏହି ଘଟଣାକୁ ନେଇ ଓଏଏସ୍‌ ସଂଘ ଜଗନ୍ନାଥ ପ୍ରଧାନଙ୍କ ଗିରଫ ଦାବିରେ ଆନ୍ଦୋଳନକୁ ଓହ୍ଲାଇଛି।
ବିଜେପିର ବରିଷ୍ଠନେତା ଜଗନ୍ନାଥ ପ୍ରଧାନ ଗୁରୁବାର ରାତିରେ ଡିସିପି କାର୍ଯ୍ୟାଳୟରେ ଆତ୍ମସମର୍ପଣ କଲା ପରେ ପୁଲିସ ତାଙ୍କୁ ଗିରଫ କରିଛି। ଯାହାଫଳରେ ଗିରଫ ଅଭିଯୁକ୍ତଙ୍କ ସଂଖ୍ୟା ୬କୁ ବୃଦ୍ଧି ପାଇଛି। ଅନ୍ୟପଟେ ବିଏମ୍‌ସି ଅତିରିକ୍ତ କମିସନର ରତ୍ନାକର ସାହୁଙ୍କ ଆକ୍ରମଣ ଘଟଣାକୁ ମୁଁ ସବୁବେଳେ ନିନ୍ଦା କରିଆସୁଛି। ଏହି ଆକ୍ରମଣ ଘଟଣାରେ ମୋର କୌଣସି ସଂପୃକ୍ତି ନାହିଁ। ମୋର

ଗିରଫ ଦାବି ନେଇ ଓଏଏସ୍‌ ସଂଘ ଆନ୍ଦୋଳନ ଜାରି ରଖିଛନ୍ତି।ରଥଯାତ୍ରା ଓ ବନ୍ୟା ସମୟରେ ପ୍ରଶାସନିକ ବ୍ୟବସ୍ଥା ପ୍ରଭାବିତ ହୋଇପାରେ।ଏହି କାରଣରୁ ଜନସାଧାରଣ ପ୍ରଭାବିତ ହୋଇପାରନ୍ତି। ସରକାର ବଦନାମ ନହୁଅନ୍ତୁ ଏହା ମୁଁ ଚାହେଁ ବୋଲି ଜଗନ୍ନାଥ ପ୍ରଧାନ କହିଛନ୍ତି।
ଏହି ଘଟଣାପରେ ଜଗନ୍ନାଥଙ୍କ ସମର୍ଥକମାନେ ତାଙ୍କ ଗିରଫଦାରୀକୁ ତୀବ୍ର ବିରୋଧ କରିଛନ୍ତି।

- Advertisement -

Leave A Reply

Your email address will not be published.