ଫେବୃଆରୀ ୩ରେ ପ୍ରଥମ ବିଶ୍ବ ଓଡ଼ିଆଭାଷା ସମ୍ମିଳନୀ

0 55

ଭୁବନେଶ୍ବର, ୨ା୧(ଏସଏସନିଉଜ)ଆସନ୍ତା ଫେବୃୟାରୀ ୩ ରୁ ୫ତାରିଖ ପର୍ଯ୍ୟନ୍ତ୩ଦିନଧରି ରାଜ୍ୟରେ ପ୍ରଥମଥରପାଇଁ ବିଶ୍ବ ଓଡ଼ିଆଭାଷା ସମ୍ମିଳନୀ ଆୟୋଜନ ହେବାକୁ ଯାଉଛି। ଏହିସମ୍ମିଳନୀ ଆୟୋଜନକରାଯିବାନିମନ୍ତେ ଗତଡିସେମ୍ବର୧୯ ତାରିଖରେ ଅନୁଷ୍ଠିତ ଐତିହ୍ୟ କ୍ୟାବିନେଟରେ ନିଷ୍ପତ୍ତି ଗ୍ରହଣ କରାଯାଇଥିଲା ।ଏହି ସମ୍ମିଳନୀ ଯେପରି ବିପୁଳ ସଫଳତା ହାସଲ କରିବ, ସେଥିପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗୁରୁତ୍ବ ଆରୋପ କରିଛନ୍ତି ।ଏଥିପାଇଁ ସବୁ ସଂପୃକ୍ତ ବିଭାଗ ଓଡ଼ିଶା ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ସହିତ ସମନ୍ବୟ ରକ୍ଷା କରି କାମ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଏହି ଭାଷା ସମ୍ମିଳନୀ ଓଡ଼ିଆ ଅସ୍ମିତାର ପରିଚୟ ହେବ। ଶାସ୍ତ୍ରୀୟଭାଷା ଓଡ଼ିଆକୁ ଆହୁରି କିପରି ଲୋକପ୍ରିୟକରାଯିବ ଏସମ୍ପର୍କରେ ବିଶଦଭାବେ ଆଲୋଚନା କରାଯିବାବର୍ତ୍ତମାନର ପରିବର୍ତ୍ତିତପରିସ୍ଥିତି ଓ ପ୍ରଯୁକ୍ତିବିଦ୍ୟାଯୁଗରେ ଏହିଭାଷା ସମ୍ମିଳନୀ ଯୁବପିଢ଼ିଙ୍କୁ ଓଡ଼ିଆ ଭାଷା ପ୍ରତି ଆକର୍ଷିତ କରିବ ।
ଏହି ସମ୍ମିଳନୀରେ ଓଡ଼ିଆ ଭାଷାର ପ୍ରାଚୀନତା ଓ ଭବିଷ୍ୟତର ପ୍ରାସଙ୍ଗିକତା ଉପରେ ଅନେକ ତର୍କ ଭିତ୍ତିକ ଓ ମାର୍ମିକ ତର୍ଜମା କରାଯିବ । ଦେଶ ବିଦେଶରେ ରହୁଥିବା ଓଡ଼ିଆ ଭାଷାବିତ୍ ମାନେ ଯୋଗ ଦେଇ ଓଡ଼ିଆ ଭାଷାର Antiquity (ସର୍ବ ପ୍ରାଚୀନତା) ଓ Continuity (ନିରନ୍ତରତା) ସମ୍ପର୍କରେ ବିଭିନ୍ନ ପର୍ଯ୍ୟାୟ ଭିତ୍ତିକ ଆଲୋଚନା କରିବେ । ଏଥିରେ ଓଡ଼ିଆ ଭାଷାର ଉତ୍ପତ୍ତି, କ୍ରମବିକାଶ ଓ ଲୋକପ୍ରିୟତା ଉପରେ ସାରଗର୍ଭକ ଆଲୋଚନାମାନ ଅନୁଷ୍ଠିତ ହେବ । ଏଥିସହ ବିଶେଷଜ୍ଞ ମାନେ ଏହି ତିନି ଦିନରେ ଓଡ଼ିଆ ଭାଷାର ଅତୀତ, ବର୍ତ୍ତମାନ ଓ ଭବିଷ୍ୟତ ରୂପରେଖ ଉପରେ ତଥ୍ୟ ଭିତ୍ତିକ ଉପସ୍ଥାପନ କରିବେ ।
ସମ୍ମିଳନୀରେ ଛାତ୍ରଛାତ୍ରୀ, ଶିକ୍ଷକ ଶିକ୍ଷୟିତ୍ରୀ, ବୁଦ୍ଧିଜୀବୀ ତଥା ସବୁ ବର୍ଗର ବ୍ୟକ୍ତିବିଶେଷ ଯୋଗଦେବେ। ଓଡ଼ିଆ ଭାଷାକୁ ଅଭିନବ ଭାବେ କିଭଳି ଶିଖି ହେବ ଏ ସମ୍ପର୍କରେ ମଧ୍ୟ ଆଲୋଚନା ଚକ୍ର ଅନୁଷ୍ଠିତ ହେବାଏହି ସମ୍ମିଳନୀ ବିଶ୍ୱର କଣ ଅନୁକୋଣରେ ରହୁଥିବା ଓଡ଼ିଆ ଭାଷାଭାଷୀ ମାନଙ୍କ ନିମନ୍ତେ ଏକ ନୂତନ ଆଲୋକବର୍ତ୍ତିତା ହେବ ।

 

Leave A Reply

Your email address will not be published.