ପ୍ରଦୂଷଣ ସାର୍ଟିଫିକେଟ୍ ଯାଞ୍ଚ ଅବଧି ଫେବ୍ରୁଆରୀକୁ ଘୁଞ୍ଚିଲା

ଭୁବନେଶ୍ୱର,୨୪।୧୨(ଏସଏସନିଉଜ)ମୋଟର ଯାନର ପ୍ରଦୂଷଣ ସାର୍ଟିଫିକେଟ୍ ଯାଞ୍ଚ ନେଇ ଜନସାଧାରଣ ସମ୍ମୁଖୀନ ହେଉଥିବା ସମସ୍ୟାକୁ ଅନୁଧ୍ୟାନ କରି ‘ବୈଧ ପ୍ରଦୂଷଣ ପ୍ରମାଣପତ୍ର ବିନା ଇନ୍ଧନ ମନା’ ନିଷ୍ପତ୍ତି ଲାଗୁ ନିଷ୍ପତ୍ତିକୁ ଘୁଞ୍ଚାଯାଇଛି । ପୂର୍ବରୁ ଜାନୁଆରୀରୁ ଏହା ଲାଗୁ ପାଇଁ ନିଷ୍ପତ୍ତି ହୋଇଥିଲା । ତେବେ ଜନସାଧାରଣଙ୍କ ଦାବିକୁ ଦୃଷ୍ଟିରେ ରଖି ବାଣିଜ୍ୟ ଓ ପରିବହନ ବିଭାଗର ମାନ୍ୟବର ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ନିର୍ଦ୍ଦେଶକ୍ରମେ ଏହାକୁ ଫେବ୍ରୁଆରୀ ପହିଲାକୁ ଘୁଞ୍ଚାଯାଇଛି । ଏହି ଅବଧି ମଧ୍ୟରେ ମୋଟର ଯାନ ଆଇନ ଅନୁଯାୟୀ ବୈଧ ପ୍ରଦୂଷଣ ପ୍ରମାଣ ପତ୍ର ନ ଥିବା ଯାନ ମାନେ ପ୍ରଦୂଷଣ ଯାଞ୍ଚ କରାଇନେବାକୁ ବିଭାଗ ପକ୍ଷରୁ ଅନୁରୋଧ କରାଯାଇଛି । ଅବଧିକୁ ବୃଦ୍ଧି କରାଯାଇଥିବାରୁ ଜନସାଧାରଣ ବିବ୍ରତ ନହୋଇ ସୁବିଧାରେ ଯାଞ୍ଚକରାଇବେ ବୋଲି ଆଶା କରାଯାଉଛି ।ଫେବ୍ରୁଆରୀ୧ ପୂର୍ବରୁ କୌଣସି ପେଟ୍ରୋଲପମ୍ପରେ କାହାକୁ ମଧ୍ୟ ପ୍ରଦୂଷଣ ସାର୍ଟିଫିକେଟପାଇଁ ଇନ୍ଧନଦେବାକୁ ମନା କରାଯାଇପାରିବ ନାହିଁ । ଏହି ସମୟରେ ପ୍ରଦୂଷଣ ସାର୍ଟିଫିକେଟ ସଂକ୍ରାନ୍ତରେ ବ୍ୟାପକ ସଚେତନତା କାର୍ଯ୍ୟକ୍ରମ ଗ୍ରହଣ କରିବାକୁ ନିଷ୍ପତ୍ତି ହୋଇଛି ।

- Advertisement -

Leave A Reply

Your email address will not be published.