ଭୁବନେଶ୍ୱର,୧୨।୧(ଏସଏସନିଉଜ)ବାୟୁ ଗୁଣବତ୍ତା ଦିନକୁ ଦିନ ଖରାପ ହେଉଛି । ଏହାର ସୁଧାର ଦିଗରେ କାର୍ଯ୍ୟ କରିବା ଆମ ସମସ୍ତଙ୍କ କର୍ତ୍ତବ୍ୟ । ସେଥିପାଇଁ ପରିବହନରେ ପରିବେଶ ସୁରକ୍ଷାକୁ ଲକ୍ଷ୍ୟ ରଖି ଓ ମୋଟର ଯାନ ଆଇନ ଅନୁଯାୟୀ ପ୍ରଦୂଷଣ ଯାଞ୍ଚ ବାଧ୍ୟତାମୂଳକ ଓ ଏଥିପାଇ କଠୋର ଆଭିମୁଖ୍ୟ ଗ୍ରହଣ କରାଯାଇଛି। ଏହଭିତରେ ଓଡ଼ିଶାରେ ମାତ୍ର ୨୧ ପ୍ରତିଶତ ଗାଡ଼ିରେ ପ୍ରଦୂଷଣ ପ୍ରମାଣପତ୍ର ରହିଛି । ଅନେକ ଗାଡ଼ି ଏହି ନିୟମର ବ୍ୟାପକ ଉଲ୍ଲଙ୍ଘନ କରୁଛନ୍ତି।ଏ ଦିଗରେ ସଚେତନତା ବୃଦ୍ଧି କରିବାକୁ ପ୍ରଦୂଷଣ ପ୍ରମାଣପତ୍ରକୁ ଗୁରୁତ୍ୱ ଦିଆଯାଇଛି । ତେବେ ଜନସାଧାରଣ ଏଥିପାଇଁ ସମସ୍ୟାର ସମ୍ମୁଖୀନ ହେଉଥିବାର ଦୃଷ୍ଟିରେ ରଖି ଜନସାଧାରଣଙ୍କ ସୁବିଧା ପାଇଁ କୋହଳ ନିଷ୍ପତ୍ତି ଗ୍ରହଣ କରୁଛନ୍ତି ରାଜ୍ୟ ସରକାର । ଏହି ସମୟ ଅବଧିରେ ପ୍ରଦୂଷଣ ପ୍ରମାଣପତ୍ର କରାଇନେବାକୁ ପରିବହନମନ୍ତ୍ରୀ ବିଭୂତି ଭୂଷଣ ଜେନା କହିଛନ୍ତି ।
