ଗାଡି ଚାଳକଙ୍କୁ ବଡ ଆଶ୍ୱସ୍ତି । ଆଉ ତିନି ମାସ ଘୁଂଚିଲା ଟ୍ରାଫିକ ନିୟମ କୋହଳ ସମୟ ସୀମା

0 274

ଭୁବନେଶ୍ଵର: ୨୮/୧୧-  ଗାଡି ଚାଳକଙ୍କ ପାଇଁ ଖୁସି ଖବର । ରାଜ୍ୟ ସରକାର ଟ୍ରାଫିକ ନିୟମ କୋହଳ ସମୟ ସୀମା  ଆଉ ତିନି ମାସ ବଢାଇଛନ୍ତି । ଆସନ୍ତା ୧ ତାରିଖରୁ ନୂଆ ଟ୍ରାଫିକ ଆଇନ କଡ଼ାକଡ଼ି ଭାବେ କାର୍ଯ୍ୟକାରୀ ହେବାକୁ ଥିବାରୁ ଡ୍ରାଇଭିଂ ଲାଇସେନ୍ସ ଏବଂ ଅନ୍ୟାନ୍ୟ କାଗଜପତ୍ର ପାଇଁ ଆରଟିଓ ଅଫିସରେ ପ୍ରବଳ ଭିଡ଼ ଲାଗିରହୁଛି। ଲୋକଙ୍କ ସମସ୍ୟାର ସମାଧାନ କରିବା ଲାଗି ଗୁରୁବାର ବିଧାନସଭାରେ ଏହି ପ୍ରସଙ୍ଗ ଉଠାଯିବା ପରେ  ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା ପୁଣି ତିନି ମାସ କୋହଳ କରାଯାଇଥିବା ବିଧାନସଭାରେ କହିଛନ୍ତି।

ସୂଚନାଯୋଗ୍ୟ, ଆସନ୍ତା ୧ ତାରିଖରୁ ରାଜ୍ୟରେ କଡ଼ାକଡ଼ି ଭାବେ ନୂଆ ଟ୍ରାଫିକ ଆଇନ ଲାଗୁ ହେବ। ଏଥିପାଇଁ ରାଜ୍ୟର ବିଭିନ୍ନ ଜିଲ୍ଲାରେ ଥିବା ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ(ଆରଟିଓ)ରେ ଅସମ୍ଭାଳ ଭିଡ଼ ପରିଲକ୍ଷିତ ହେଉଛି। ଫଳରେ ଜନସାଧାରଣଙ୍କୁ ଠିକ୍‌ ଭାବେ ସେବା ମିଳିପାରୁ ନାହିଁ। ଗୁରୁବାର ଶାସକ ଦଳର ସଦସ୍ୟ ଦେବୀ ପ୍ରସାଦ ମିଶ୍ର ଏବଂ ପ୍ରଦୀପ ମହାରାଥୀ ଏହି ପ୍ରସଙ୍ଗ ଉଠାଇ ରାଜ୍ୟ ସରକାରଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ। ସେମାନେ କହିଥିଲେ, ଆରଟିଓରେ ଆବଶ୍ୟକ କର୍ମଚାରୀ ନ ଥିବାରୁ ଲୋକେ ସୁବିଧା ପାଇପାରୁ ନାହାନ୍ତି। ଭୁବନେଶ୍ଵରକୁ ଛାଡ଼ି ଅନ୍ୟ ସମସ୍ତ ଆରଟିଓ ସନ୍ଧ୍ୟା ହେଲେ ବନ୍ଦ ହୋଇଯାଉଛି। ସରକାର ନେଇଥିବା ନିଷ୍ପତ୍ତିର ପୁନର୍ବିଚାର କରିବା ଦରକାର ବୋଲି ଦେବୀ ପ୍ରସାଦ ମିଶ୍ର କହିଥିଲେ।

 

Leave A Reply

Your email address will not be published.