ଗଜପତିରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

0 138

ଭୁୁବନେଶ୍ୱର,୪/୧୦(ଏସଏସନିୟୁଜ)ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଗଜପତି ଜିଲ୍ଲାରେ ବିଜୁ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି। ଜିଲ୍ଲାର ୧.୩୫ ଲକ୍ଷ, ପ୍ରାୟ ୯୦ ପ୍ରତିଶତ ଲୋକ ଏହି ସୁବିଧା ପାଇବେ ।ଏହି ଅବସରରେ ଜନସାଧାରଣଙ୍କୁ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଗଜପତି ଜିଲ୍ଲା ସହ ବିଜୁ ବାବୁଙ୍କର ସଂପର୍କ ବିଷୟରେ ସମସ୍ତେ ଜାଣନ୍ତି। ତେଣୁ ଗଜପତି ଜିଲ୍ଲା ତାଙ୍କ ପାଇଁ ସ୍ବତନ୍ତ୍ର ଗୁରୁତ୍ବ ବହନ କରେ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ଏଥିପାଇ ଗଜପତିରେ ସ୍ମାର୍ଟ ହେଲ୍‌ଥ କାର୍ଡ ଆରମ୍ଭ କରି ସେ ବହୁତ ଖୁସି ବୋଲି କହିଥିଲେ।ଗଜପତି ଜିଲ୍ଲାର ସ୍ବାତନ୍ତ୍ର‌୍ୟ ବିଷୟରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଗଜପତି ହେଉଛି କଳା ଓ ସସ୍ଖୃତିର ଭୂମି । ଛୋଟିଆ ଜିଲ୍ଲା ହେଲେ ମଧ୍ୟ ଆଧୁନିକ ଓଡ଼ିଶା ପାଇଁ ଗଜପତି ର ଅବଦାନ ବହୁତ ବେଶୀ । ଏହି ଅବସରରେ ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନର ଅନ୍ୟତମ ପୁରୋଧା ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କୁ ମନେ ପକାଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ତାଙ୍କ ଅବଦାନକୁ ଏ ଜାତି କେବେ ଭୁଲି ପାରିବ ନାହିଁ । ସେ ଥିଲେ ବିକାଶ ଓ ସ୍ବାଭିମାନ ର ପ୍ରତୀକ । ସେହିପରି କବି ଗୋପାଳ କୃଷ୍ଣ ପଟ୍ଟନାୟକ ତଥା ବିଶିଷ୍ଟ ଷସଗ୍ଦଗ୍ଧକ୍ଟକ୍ସସବଦ୍ଭ ଡ ସତ୍ୟନାରାୟଣ ରାଜଗୁରୁଙ୍କୁ ମଧ୍ୟ ମୁଖ୍ୟମନ୍ତ୍ରୀ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।
ଗଜପତି ଜିଲ୍ଲା ପାଇଁ ମୁଖ୍ୟମନ୍ତ୍ରୀ ରାସ୍ତାଘାଟ, ଶିକ୍ଷା, ସ୍ବାସ୍ଥ୍ୟ ଭିତ୍ତିଭୂମି ସହିତ ମେଗା ପାଇପ ପାଣି ପ୍ରକଳ୍ପର ଉଦ୍‌ଘାଟନ କରିଥିଲେ। ଏହାସହିତ ମହେନ୍ଦଗିରି ତୀର୍ଥର ବିକାଶ ପାଇଁ ମଧ୍ୟ ପଦକ୍ଷେପ ନିଆଯାଉଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ ତାଙ୍କ ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ। ଚାଷୀ ହେଉ ବା ମୂଲିଆ ବା ରିକ୍‌ସା ବାଲା – ସମସ୍ତେ ସମ୍ମାନର ସହ ବଞ୍ଚନ୍ତୁ । ଏହା ତାଙ୍କର ବିଭିନ୍ନ କଲ୍ୟାଣ କାର୍ଯ୍ୟକ୍ରମ ର ଲକ୍ଷ୍ୟ ବୋଲି ସେ କହିଥିଲେ।ସୂଚନାଯୋଗ୍ୟ ଯେ ସ୍ମାର୍ଟ ହେଲ୍‌ଥ କାର୍ଡ ରାଜ୍ୟ ସରକାରଙ୍କ ଏକ ଫ୍ଲାଗ ସିପ୍ କାର୍ଯ୍ୟକ୍ରମ । ଅଗଷ୍ଟ ୨୦ ତାରିଖରେ ମୁଖ୍ୟମନ୍ତ୍ରୀ ମାଲକାନଗିରିରେ ଏହାର ଶୁଭାରମ୍ଭ କରିଥିଲେ। ଏହାପରେ ସୁନ୍ଦରଗଡ, ବଲାଙ୍ଗୀରରେ ଏହି କାର୍ଯ୍ୟକ୍ରମ ଆରମ୍ଭ କରିବା ପରେ ଆଜି ଗଜପତିରେ ମଧ୍ୟ ଏହି କାର‌୍ୟ୍ୟକ୍ରମ ଆରମ୍ଭ ହୋଇଛି ।

Leave A Reply

Your email address will not be published.