ଆଜିର ଦିନଟି କିପରି କାଟିବ ଜାଣନ୍ତୁ ଆଜିର ରାଶିଫଳ

0 244

ଚୈତ୍ର ପୂର୍ଣ୍ଣିମା ଓ ହିଙ୍ଗୁଳା ଯାତ୍ରା,(ଶନିବାର)୨୦୨୨ ମସିହା ଅଦ୍ୟ ଏପ୍ରିଲ ମାସ ୧୬ ତାରିଖ,ଚୈତ୍ର ମାସ- ଶୁକ୍ଳପକ୍ଷ,ତିଥି- ପୂର୍ଣ୍ଣିମା ରା ଘ୧୨/୪୨ ପର୍ଯ୍ୟନ୍ତ ତଦନ୍ତେ ପ୍ରତିପଦା, ସୁର୍ୟୋଦୟ-ପ୍ରାତଃ ଘ୫/୩୧/ ୩୪,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୦୧ /୦୪,ବୃଷ, ସିଂହ ଓ କନ୍ୟା ରାଶି ର ଘାତବାର,ବୃଷ ରାଶି ର ଘାତଚନ୍ଦ୍ର,ପୂର୍ଣ୍ଣିମାର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ,ସ୍ତ୍ରୀ ତୈଳ ବର୍ଜନ , ମସ୍ୟ ,ମାଂସ ଭକ୍ଷଣ ନିଷେଧ।
🐏ମେଷ👉ଆଜି ଗୃହ ଉପକରଣ ଓ କିଛି ଦରକାରି ଦ୍ରବ୍ୟକ୍ରୟ କରି ଖର୍ଚାନ୍ତ ହୋଇପାରନ୍ତି ।ଆପଣଙ୍କୁ ନିଜ ସାଙ୍ଗମାନଙ୍କ ସୁସମ୍ମାନ ପାଇଁ ଖୁସିମିଳିବା ।କିନ୍ତୁ ଆପଣଙ୍କର ହିଁ କିଛି ସାଙ୍ଗ ଆପଣଙ୍କୁ ଇର୍ଷା କରିପାରନ୍ତି ।ଏଥିପାଇଁ ଆପଣଙ୍କୁ ଟିକେ ସାବଧାନ ରହିବାକୁ ହେବ

🐮ବୃଷ👉ବହୁଦିନ ଧରି ଥିବା ସମସ୍ୟାର ସମାଧାନ ଓ ଅଚାନକ ଅର୍ଥଲାଭ ପାଇଁ ଆପଣ ଖୁସି ରହିବେ । ଆପଣ ଅନ୍ୟମାନଙ୍କ ସହିତ ମତାନ୍ତର ଥିବାର ଏ ସମସ୍ୟାର ସମାଧାନ ଦେଇପାରି ନଥିଲେ । ଯାହା ହେଉନା କାହିଁକି ବର୍ତ୍ତମାନ ଖୁସି ବଢାଇବାର ସମୟ ।
👩‍❤️‍👨ମିଥୁନ👉ଆପଣଙ୍କୁ ଯେଉଁ କାର୍ଯ୍ୟ କରିବାକୁ କୁହାଯାଇଛି ସେ କାର୍ଯ୍ୟପୂରା ମନଯୋଗ ଦେଇ କରନ୍ତୁ । କାରଣ ଆପଣଙ୍କ ପରିବାର ଏହା ବଦଳରେ ଆପଣଙ୍କୁ ସବୁଦିନ ସାହାଯ୍ୟ କରିବ ଏହି ସମୟରେ ହୁଏତ ଆପଣଙ୍କ ପରିବାର ଆପଣଙ୍କ ପାଖରୁ କିଛି ଆଶା କରୁଛି ।
🦀କର୍କଟ👉ଆପଣଙ୍କ ବୁଦ୍ଧି ଆଜି ଅଧିକ ବେଗରେ ସାହାଯ୍ୟ କରିବ । ଏହାର ଉପଯୋଗ ଆପଣ ଭବିଷ୍ୟତ ଯୋଜନା କରିବାରେ ବିନିଯୋଗ କରନ୍ତୁ । ଯଦି ଆପଣ କେବଳ ନିଜ ଲକ୍ଷ୍ୟ ଉପରେ ଧ୍ୟାନ ଦେବେ, ତେବେ ବାକି ସମସ୍ତ କାର୍ଯ୍ୟ ସ୍ୱତଃ ଠିକ୍ ହୋଇଯିବ ।
🦁ସିଂହ👉ପରିବାର ସଦସ୍ୟଙ୍କ ସହ ଭ୍ରମଣ କରିବା ପାଇଁ ଆଜି ଦିନଟି ଉପଯୁକ୍ତ । ଏହି ଭ୍ରମଣ ଆପଣଙ୍କ ମଧ୍ୟରେ ସମ୍ପର୍କ ମାଧୁର୍ଯ୍ୟଭରା କରିବ । ମନ ମଧ୍ୟରେ ବହୁଦିନ ଧରି ରହି ଆସୁଥିବା ଦୁଶ୍ଚିନ୍ତାକୁ ଦୁରକରିବାରେ ଏହି ଭ୍ରମଣ ସହାୟକ ହେବ ।କର୍ମକ୍ଷେତ୍ର ରେ ଉନ୍ନତି ଓ ପଦମର୍ଯ୍ୟାଦା ବୃଦ୍ଧି ଯୋଗରହିଛି।
🙎‍♀️କନ୍ୟା👉ଆଜି ବୋଧହୁଏ ଆପଣଙ୍କୁ କୌଣସି ମିତ୍ର କିମ୍ବା ସହଯୋଗୀଙ୍କର ସାହାଯ୍ୟ ମିଳିବ ନାହିଁ । ଏଥିପାଇଁ ଆପଣ ନିରାଶ ହୋଇପଡ଼ିବେ କିନ୍ତୁ ମନେ ରଖନ୍ତୁ ଆପଣଙ୍କର ସବୁ କଥାରେ ଏକ ସୀମା ମଧ୍ୟ ରହିଛି । ହଠାତ ଦେବପୂଜା ଓଦର୍ଶନ କରିବାର ସୁଯୋଗ ପାଇବେ।

⚖️ତୁଳା👉ଆପଣ ଖୁସି ମନେଇବାପାଇଁ କିମ୍ବା ବ୍ୟବସାୟ ଦୃଷ୍ଟିରୁ ବାହାରକୁ ଯାତ୍ରା କରିପାରନ୍ତି । କିନ୍ତୁ କୌଣସି ପ୍ରକାର ଅସୁବିଧା ସୃଷ୍ଟିହେବାର ସଂକେତ ଅଛି । ଯୋଜନାରେ କିଛି ବିଘ୍ନ ଘଟିପାରେ ଏବଂ ଆପଣ ଯୋଜନାର ପରିବର୍ତ୍ତନ କରିପାରନ୍ତି ।
🦂ବିଛା👉ଆଜି ଆପଣଙ୍କ ବ୍ୟବହାରକୁ ସମସ୍ତେ ପ୍ରଶଂସା କରିବେ।ଆପଣଙ୍କର ମିତ୍ରତା ଆପଣଙ୍କ ମିତ୍ର ପାଇଁ ବହୁତ ଲାଭଦାୟକ ହେବ ଏବଂ ଭବିଷ୍ୟତରେ ସେମାନେ ଆପଣଙ୍କୁ ସାହାଯ୍ୟ କରିବା ପାଇଁ ପ୍ରସ୍ତୁତ ହେବେ ।ଶତୃମାନେ ପଛଘୁଞ୍ଚା ଦେବେ ।
🏹ଧନୁ👉ଆଜି ଦିନଟି ଆପଣଙ୍କ ପାଇଁ ଭଲରେ କଟିଳେ ମଧ୍ୟ ସାମୟିକ ଦେହପୀଡା ହୋଇପାରେ ।ନିଜ ପରିବାର ବର୍ଗସହ ଛୋଟଧରଣର ଭ୍ରମଣ ଯୋଗ ରହିଛି । ପରିବାର ସଦସ୍ୟ ଏହି ଭ୍ରମଣକୁ ଉପଭୋଗ କରିବେ ଏବଂ ଆପଣଙ୍କ ସମ୍ପର୍କକୁ ସଧୁମୟ କରିବେ ।
🐊ମକର👉ଆପଣ ଆଜି କୌଣସି କାରଣରୁ ନିରାଶ ହେବେ । ଆପଣ ନିଜ ଲକ୍ଷରେ ପହଁଚି କଷ୍ଟକର ହେବ । ଆପଣଙ୍କର କାର୍ଯ୍ୟ ଦକ୍ଷତା ହ୍ରାସ ପାଇପାରେ । ବିଶେଷ ବିବ୍ରତ ହୁଅନ୍ତୁ ନାହିଁ । ଆଜି ଦିନ ବିତେଇଲା ପରେ ଅନ୍ୟାନ୍ୟ କ୍ଷେତ୍ରରେ ଓ ଉନ୍ନତି ପରିଲକ୍ଷିତ ହେବ ।
🏺କୁମ୍ଭ👉ଆଜି ମନ ଅଶାନ୍ତ ରହିବ।ଆପଣ କୌଣସି ଉପଦେଷ୍ଠାଙ୍କର କିମ୍ବା ବରିଷ୍ଠ ବ୍ୟକ୍ତିଙ୍କର ମାର୍ଗ ଦର୍ଶନ ପାଇଁ ସାହାଯ୍ୟ ଚାହିଁବେ । ଆପଣ ନିଜ ଜୀବନର ଦ୍ୱିଧା ବା ଅସୁବିଧା ପରିସ୍ଥିତିରୁ ବାହାରି ଆସିବା ପାଈଁ ବାଟ ବାହାର କରିବାରେ ବିଫଳ ହୋଇପାରନ୍ତି

🐟ମୀନ👉ଯଦି ଛୁଟିଦିନ ଦେଖି ଆତ୍ମିୟସୋଜନ ମାନଙ୍କ ସହ ବୁଲିବାକୁ ଯାଆନ୍ତି ଏହି ସମୟଟି ପ୍ରକୃଷ୍ଟ ଅଟେ ।ସେଥିପାଇଁ ବିଧିବୋଧ ଯୋଜନା କରନ୍ତୁ । ପର୍ଯ୍ୟଟନ ବୁଲିବାକୁ ମଧ୍ୟ ଯାଇପାରନ୍ତି ଏବଂ ଏଥିରେ ଆପଣଙ୍କୁ ପରମ ଆନନ୍ଦ ମିଳିବ ।

ଶୁଭ ଶନିବାର,ଗୋଟେ ଛୋଟ ପ୍ରଜାପତି ମଧ୍ୟ ଜାଣିନଥାଏ ତାର ଡେଣାଗୁଡିକର ରଙ୍ଗ କେତେ ସୁନ୍ଦର, ଲୋକମାନେହିଁ ତାର ଡେଣାଗୁଡିକ ଦେଖି କେତେ ସୁନ୍ଦର ବୋଲି ଅବିହିତ କରିଥାନ୍ତି । ସେହି ପ୍ରଜାପତି ପରି ନିଜକୁ ସୁନ୍ଦର କାର୍ଯ୍ୟ ରେ ନିୟୋଜିତ କରନ୍ତୁ, ଯେମିତି କି ଆପଣ ନିଜେ ଜାଣିନଥିବେ ହେଲେ, ଲୋକେ କହିବେ ଯେ ଆପଣଙ୍କ ହୃଦୟ କେତେ ସୁନ୍ଦର।🙏 ଜୟ ଜଗନ୍ନାଥ,ଜୟ ସୋମନାଥ 🙏

Leave A Reply

Your email address will not be published.