ହଟିବନି ଐତିହାସିକ ଘୋଡ଼ା

0 212

ଭୁବନେଶ୍ୱର,୨୭/୭(ଏସଏସନିୟୁଜ) ମାଷ୍ଟରକ୍ୟାଣ୍ଟିନ୍ ଛକରେ ଥିବା ଐତିହାସିକ ଘୋଡ଼ା ସ୍ଥାନାନ୍ତର ହେବନି ବୋଲି ଆଜି ବିଏମସି କମିସନର ସୂଚନା ଦେବା ସହ ସରକାରୀ ସ୍ତରରେ ନିଷ୍ପତ୍ତି ହୋଇଛି ବୋଲି କହିଛନ୍ତି । ଘୋଡା ସ୍ଥାନାନ୍ତର ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜାଣିବା ପରେ ଏଥିରେ ଅସନ୍ତୋଷ ପ୍ରକାଶ କରିବା ସହ ଘୋଡା ସେଠାରୁ ହଟିବ ନାହିଁ ବୋଲି କହିଛନ୍ତି । ସ୍ମାର୍ଟସିଟି ପ୍ରକଳ୍ପ ପାଇଁ ମାଷ୍ଟରକ୍ୟାଣ୍ଟିନ୍ ଛକରୁ ଘୋଡ଼ା ଟିକୁ ହଟାଇ ରାଜ୍ୟପାଳ ଭବନ ଛକ ଠାରେ ରଖାଯିବ ବୋଲି କୁହାଯାଉଥିଲା । ଏହାକୁନେଇ କଂଗ୍ରେସ ନେତା ସୁରେଶ ରାଉତରାୟଙ୍କ ନେତୃତ୍ୱରେ କଂଗ୍ରେସ କର୍ମୀ ମାନେ ଜୋରଦାର୍ ଆନ୍ଦୋଳନ କରିଥିଲେ ।

Leave A Reply

Your email address will not be published.