ହିଞ୍ଜିଳିରୁ ଆରମ୍ଭ ହେଲା ସ୍କୁଲ ରୂପାନ୍ତରଣ କାର୍ଯ୍ୟ

0 193

ଭୁବନେଶ୍ୱର,୨୧/୮ମୁଖ୍ୟମନ୍ତ୍ରୀଙ୍କ ନିର୍ବାଚନମଣ୍ଡଳୀ ହିଞ୍ଜିଳିରୁ ଆରମ୍ଭ ହେଲା ରାଜ୍ୟ ସରକାରଙ୍କର ଉଚ୍ଚାକାଂକ୍ଷୀ ସ୍କୁଲ ରୂପାନ୍ତରଣ କାର୍ଯ୍ୟ । ୫-ଟି ଉପକ୍ରମରେ ହିଞ୍ଜିଳିର ୫୦ଟି ସ୍କୁଲର ରୂପାନ୍ତରଣ କାର୍ଯ୍ୟ ସଂପୂର୍ଣ୍ଣ। ପ୍ରଥମ ପର୍ଯ୍ୟାୟରେ ୧୦ଟି ରୂପାନ୍ତରିତ ସ୍କୁଲକୁ ଆଜି ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ। ଏହି ଅବସରରେ ୧୦ଟି ଯାକ ସ୍କୁଲରେ ଆୟୋଜିତ ହୋଇଥିଲା ସ୍ବତନ୍ତ୍ର କାର୍ଯ୍ୟକ୍ରମ । ଯୋଗ ଦେଇଥିଲେ ମନ୍ତ୍ରୀମଣ୍ଡଳର ସଦସ୍ୟଗଣ, ବିଧାୟକଗଣ, ସରପଞ୍ଚ, ପଞ୍ଚାୟତ ସଦସ୍ୟ, ସ୍କୁଲର ପୁରାତନ ଛାତ୍ରଛାତ୍ରୀ, ବର୍ତ୍ତମାନର ଛାତ୍ରଛାତ୍ରୀ, ଅଭିଭାବକ ଓ ସ୍ଥାନୀୟ ଜନସାଧାରଣ ।

କାର୍ଯ୍ୟକ୍ରମକୁ ଭର୍ଚ୍ୟୁଆଲ ମାଧ୍ୟମରେ ଉଦ୍‌ଘାଟନ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ପ୍ରତି ପିଲା ହେଉଛି ଅନନ୍ତ ସମ୍ଭାବନାର ପ୍ରତୀକ। ତାର ସୁନ୍ଦର ଭବିଷ୍ୟତ ପାଇଁ ତା ଆଖିରେ ଥାଏ ଅନେକ ସ୍ବପ୍ନ ଓ ଏହି ସ୍ବପ୍ନକୁ ସାକାର କରିବା ପାଇଁ ରୂପାନ୍ତରଣ ଆଣିଛି ସୁଯୋଗ। ପିଲାଙ୍କ ସ୍ବପ୍ନ ସାକାର ହେଲେ ପୂରଣ ହେବ ନୂଆ ଓଡିଶା, ନବୀନ ଓଡିଶାର ଲକ୍ଷ୍ୟ । ଏହି ରୂପାନ୍ତରକୁ ନୂଆ ଓଡିଶାର ଭିତ୍ତି ଭାବରେ ମୁଖ୍ୟମନ୍ତ୍ରୀ ବର୍ଣ୍ଣନା କରିଥିଲେ ।ପିଲାମାନଙ୍କ ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ସ୍କୁଲ ହେଉଛି ସମସ୍ତଙ୍କ ଜୀବନର ଶ୍ରେଷ୍ଠ ସମୟ । ଏହି ରୂପାନ୍ତର ତୁମ ମାନଙ୍କ ପାଇଁ । ତୁମମାନଙ୍କ ଭବିଷ୍ୟତ ପାଇଁ ଏବଂ ତୁମମାନଙ୍କୁ ଶ୍ରେଷ୍ଠ ଗଢିବା ପାଇଁ ଏହା ଅନେକ ସୁଯୋଗ ସୃଷ୍ଟି କରିବ ।ମୁଖ୍ୟମନ୍ତ୍ରୀ କହିଥିଲେ ଯେ ହିଞ୍ଜିଳିରେ ଆରମ୍ଭ ହୋଇଥିବା ଏହି ରୂପାନ୍ତରଣ କାର‌୍ୟ୍ୟ ସାରା ରାଜ୍ୟକୁ ବାଟ ଦେଖାଇଛି । ସାରା ରାଜ୍ୟରେ ପ୍ରଥମ ପର‌୍ୟ୍ୟାୟରେ ୧୦୭୦ ସ୍କୁଲର କାୟାକଳ୍ପ ହେବ ବୋଲି ମୁଖ୍ୟମନ୍ତ୍ରୀ ଏହି ଅବସରରେ ସୂଚନା ଦେଇଥିଲେ ।୫-ଟି ଉପକ୍ରମ ବିଷୟରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହି ସ୍କୁଲ ରୂପାନ୍ତରଣ ହେଉଛି, ଆମର ୫-ଟି କାର‌୍ୟ୍ୟକ୍ରମର କ୍ଲାସିକ୍ ଉଦାହରଣ । ୫-ଟିର ପଞ୍ଚ ଆଧାର ବିଷୟରେ ଅବତାରଣା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ Technology, Teamwork, time, Transparency ଓ Transformaton. ଏହା ହିଁ ରୂପାନ୍ତରଣକୁ ସମ୍ଭବ କରିପାରିଛି । Technology ଆମକୁ Smart Class Room, e-Library, Computer ଓ Modern Laboratoryର ସୁବିଧା ଦେଇଥିବା ବେଳେ, ଆମ ସମସ୍ତଙ୍କର ମିଳିତ ଉଦ୍ୟମ ହେଉଛି Teamwork. ପଞ୍ଚାୟତ ପ୍ରତିନିଧି ଠାରୁ ଆରମ୍ଭ କରି ସ୍କୁଲ ପରିଚାଳନା କମିଟି, ଶିକ୍ଷକ-ଶିକ୍ଷୟିତ୍ରୀ, ପୁରାତନ ଛାତ୍ରଛାତ୍ରୀ, ପ୍ରଶାସନ, ଅଭିଭାବକ, ସ୍ଥାନୀୟ ଜନସାଧାରଣ ସମସ୍ତେ ଏଥିପାଇଁ ମିଶି କାମ କରିଛନ୍ତି।

୫-ଟିର ତୃତୀୟ ଆଧାର ହେଉଛି Time . ଏ ବିଷୟରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଅଗଷ୍ଟ ୧୫ ସୁଦ୍ଧା ହିଞ୍ଜିଳି-ଶେରଗଡର ୫୦ଟି ସ୍କୁଲର ରୂପାନ୍ତରଣ କାର‌୍ୟ୍ୟ ଶେଷ କରିବା ପାଇଁ ମୁଁ ପ୍ରଶାସନକୁ target ଦେଇଥିଲି । ୬ ମାସ ତଳେ କାମ ଆରମ୍ଭ ହେଲା ଏବଂ ନିର୍ଦ୍ଧାରିତ ସମୟ ପୂର୍ବରୁ କାମ ଶେଷ ହେଲା । ଏହା ସମ୍ଭବ ହୋଇପାରିଲା ସମସ୍ତଙ୍କର ନିଷ୍ଠା ଓ ପ୍ରତିବଦ୍ଧତା ଯୋଗୁ ।୫-ଟିର ଆଉ ଏକ ଗୁରୁତ୍ବପୂର୍ଣ୍ଣ ଆଧାର ହେଲା Transparency ବା ସ୍ବଚ୍ଛତା। ସ୍କୁଲ ମାନଙ୍କରେ ଯାହାକିଛି ପରିବର୍ତ୍ତନ ଆସିଛି, ଲୋକଙ୍କ ସହ ଆଲୋଚନା କରି କରାଯାଇଛି । Vision Document ଠାରୁ ଆରମ୍ଭ କରି ଖର୍ଚ୍ଚ ବିଷୟରେ ଲୋକମାନେ ସବୁ ବିଷୟରେ ଅବଗତ ଅଛନ୍ତି । ସେମାନେ ନିଜେ ମଧ୍ୟ କାମ ତଦାରଖ କରିଛନ୍ତି। ସ୍ବଚ୍ଛତା ହେଉଛି ୫-ଟିର ସବୁଠାରୁ ବଡ ଶକ୍ତି । ଆଉ ଗୋଟିଏ ବିଷୟ ହେଲା ପିଲାମାନଙ୍କ ପାଇଁ ଭଲ ପିଇବା ପାଣି ଓ ଉତ୍ତମ ପରିମଳ ବ୍ୟବସ୍ଥାର ଉପଲବ୍‌ଧତା । ଏସବୁ କିଛି ଆଣିପାରିଛି ରୂପାନ୍ତର ଏବଂ ଯାହା କି ସମସ୍ତେ ଦେଖି ପାରୁଛନ୍ତି ଓ ଅନୁଭବ ମଧ୍ୟ କରିପାରୁଛନ୍ତି ।5T ସଚିବ ଶ୍ରୀ ଭି କେ ପାଣ୍ଡିଆନ୍ କାର୍ଯ୍ୟ କ୍ରମ ସଚାଳନା କରିଥିଲେ ।

 

 

 

Leave A Reply

Your email address will not be published.