IPS ସ୍ତରରେ ଅଦଳବଦଳ

0 560

ଭୁବନେଶ୍ୱର,୯/୭(ଏସଏସନିୟୁଜ) ରାଜ୍ୟ ସରକାର ଆଇପିଏସ ସ୍ତରରେ ଅଦଳବଦଳ କରିଛନ୍ତି । ମାଲକାନଗିରିର ଏସପି ଭାବେ ଦାୟିତ୍ୱ ନେଇଛନ୍ତି ପିଏସ ମୀନା । ପ୍ରକାଶ ଆରଙ୍କୁ ଭିଜିଲାନ୍ସ ବିଭାଗକୁ ବଦଳି କରାଯାଇଛି । ଅଖିଳେଶ୍ୱର ସିଂହଙ୍କୁ ଜଗତସିଂହପୁର ଏସପି ଭାବେ ଦାୟିତ୍ୱ ଦିଆଯାଇଛି ।। ବରଗଡ଼ ଏସପି ଭାବେ ରାହୁଲ ଜୈନ ଦାୟିତ୍ୱ ନେଇଛନ୍ତି । ପ୍ରତ୍ୟୁଷ ଦିବାକରଙ୍କୁ ନୂଆପଡ଼ାର ଏସପି ଭାବେ ଦାୟିତ୍ୱ ମିଳିଛି । ମୟୁରଭଞ୍ଜ ଏସପି ଭାବେ ନିଯୁକ୍ତ ହୋଇଛନ୍ତି କେଆର ଦ୍ୟାନଦେଓ । ପୁଲିସ ମୁଖ୍ୟାଳୟରେ ଆଇଜି ଭାବେ ନିଯୁକ୍ତି ପାଇଛନ୍ତି ଏସ ଦେବଦତ୍ତ ସିଂହ ।ଏହା ସହିତ ପିଏସ ପୁରୁଷୋତ୍ତମ ଦାସଙ୍କୁ ନବରଙ୍ଗପୁର ଏସପି ଭାବେ ଦାୟିତ୍ୱ ଦିଆଯାଇଛି।

Leave A Reply

Your email address will not be published.