ଜାରି ହେଲା ନୂଆ ଗାଇଡ୍‌ଲାଇନ୍କ

0 469

ଭୁବନେଶ୍ବର,୨୩/୩(ଏସଏସନିୟୁଜ) କରୋନା ପାଇଁ ନୂଆ ଗାଇଡ୍‌ଲାଇନ୍ ଜାରି କଲେ ରାଜ୍ୟ ସରକାର। ବାହାଘର ଭଳି ଉତ୍ସବରେ ଲୋକସଂଖ୍ୟା କମାଇବାକୁ ନିର୍ଦ୍ଦେଶ। ପୂର୍ବରୁ ସର୍ବାଧିକ ସଂଖ୍ୟା ୫୦୦ ଥିଲା। ଏହାକୁ କମାଇ ୨୦୦କୁ ହ୍ରାସ କରିବାକୁ ନିର୍ଦ୍ଦେଶ ଦିଆଯାଇଛି। ଦଶାହ ଓ ଶୁଦ୍ଧିକାର୍ଯ୍ୟରେ ଏଣିକି ୫୦୦ ବଦଳରେ ୫୦ ଜଣଙ୍କୁ ଅନୁମତି ଦେଇଛନ୍ତି ରାଜ୍ୟ ସରକାର। ବାହାଘର ଓ ଶୁଦ୍ଧିକାର୍ଯ୍ୟରେ ମାସ୍କ ପରିଧାନ କଡ଼ାକଡ଼ି କରାଯିବ। ଅତିଥି ମାସ୍କ ପରିଧାନ କରିଛନ୍ତି କି ନାହିଁ ପ୍ରବେଶ ପଥରେ ଯାଞ୍ଚ ହେବ। ନିୟମକୁ ଉଲ୍ଲଂଘନ କଲେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଏହାଛଡ଼ା ବେଶୀ ସଂକ୍ରମିତ ରାଜ୍ୟରୁ ଫେରୁଥିବା ଲୋକଙ୍କ ଉପରେ ନଜର ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। ନୂଆ କଟକଣା ମାର୍ଚ୍ଚ ୨୬ ତାରିଖରୁ ଲାଗୁ ହେବା ନେଇ ଘୋଷଣା କରାଯାଇଛି।

Leave A Reply

Your email address will not be published.