ଜରୁରୀ ଔଷଧ ମହଜୁବ ଓ ଅକ୍‌ସିଜେନ ଯୋଗାଣ ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୂତ୍ବ

0 180

ଭୁବନେଶ୍ବର, ୨୭/୪(ଏସଏସନିୟୁଜ)ପ୍ରତିଟି ଜୀବନ ମୂଲ୍ୟବାନ ଏବଂ ଗୋଟିଏ ଗୋଟିଏ ଜୀବନ ରକ୍ଷା ପାଇଁ ଆମେ ସର୍ବୋତ୍ତମ ଚେଷ୍ଟା ଜାରି ରଖିଛୁ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କହିଛନ୍ତି । ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ରାଜ୍ୟର କୋଭିଡ ପରିସ୍ଥିତି ସମୀକ୍ଷା ଅବସରରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ କୋଭିଡ ବିରୁଦ୍ଧରେ ଲଢେଇ ଏକ ଲମ୍ବା ଲଢେଇ। ତେଣୁ ଏ ଲଢେଇ ଜିତିବାକୁ ହେଲେ ଆମ ସମସ୍ତଙ୍କୁ ଦାୟିତ୍ବର ସହ କାମ କରିବାକୁ ହେବ।

ମୁଖ୍ୟମନ୍ତ୍ରୀ କହିଥିଲେ ଯେ ରାଜ୍ୟ ସରକାର କୋଭିଡ ରୋଗୀ ମାନଙ୍କୁ ସର୍ବୋତ୍ତମ ସ୍ବାସ୍ଥ୍ୟ ସୁବିଧା ଯୋଗାଇ ଦେବା ପାଇଁ ଉଦ୍ୟମ ଜାରି ରଖିଛନ୍ତି ଏବଂ ଆମର ଡାକ୍ତର ଓ ସ୍ବାସ୍ଥ୍ୟକର୍ମୀ ମାନେ ଦିନରାତି ଏକ କରି ସେବା ଜାରି ରଖିଛନ୍ତି । ସଂକ୍ରମଣ ସଂଖ୍ୟା ବୃଦ୍ଧି ସତ୍ତ୍ବେ ଆମେ ନିରନ୍ତର ଭାବେ ସେବା କରିଚାଲିଛୁ । କିନ୍ତୁ କେତେକ ଜିଲ୍ଲାରେ ସଂକ୍ରମଣର ସ୍ଥିତି ଆମ ପାଇଁ ଉଦ୍‌ବେଗ ସୃଷ୍ଟି କରିଛି । ଭାଇରସ୍‌ର ୟକ୍ଟଙ୍କଭକ୍ଷର ଓ ଗ୍ଧକ୍ସସକ୍ଟ୍ରକ୍ଷର ଜ୍ଞଙ୍କଗ୍ଧବଦ୍ଭଗ୍ଧ ଦ୍ରୁତ ଗତିରେ ବ୍ୟାପୁଛି ଏବଂ ଏହି ଦ୍ବିତୀୟ ଲହରରେ ଆମର ଯୁବଗୋଷ୍ଠୀ ବିଶେଷ ଭାବରେ ସଂକ୍ରମିତ ହେଉଛନ୍ତି । କେତେକ କ୍ଷେତ୍ରରେ ସେମାନଙ୍କ ସ୍ବାସ୍ଥ୍ୟ ଜଟିଳତା ଦେଖା ଦେଉଛି ବୋଲି ମୁଖ୍ୟମନ୍ତ୍ରୀ ଉଦ୍‌ବେଗ ପ୍ରକାଶ କରିଥିଲେ ।ଏହି ପରିପ୍ରେକ୍ଷୀରେ ତୃଣମୂଳ ସ୍ତରରେ ପରିସ୍ଥିତିର ଆକଳନ କରି ତ୍ରୁଟିଶୂନ୍ୟ ଯୋଜନା ପ୍ରସ୍ତୁତ କରିବା ପାଇଁ ମୁଖ୍ୟମନ୍ତ୍ରୀ ଜିଲ୍ଲାପାଳ ଓ ଏସ୍‌.ପି ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ । ସେହିପରି ପର୍ଯ୍ୟବେକ୍ଷକମାନେ ଏଥିପ୍ରତି ଯତ୍ନବାନ ହେବାସହ ନିୟମିତ ସମୀକ୍ଷା କରି ପରବର୍ତ୍ତୀ ବୈଠକରେ ତାଙ୍କୁ ଅବଗତ କରିବା ପାଇଁ ମୁଖ୍ୟମନ୍ତ୍ରୀ, ମୁଖ୍ୟଶାସନ ସଚିବଙ୍କୁ ପରାମର୍ଶ ଦେଇଥିଲେ।କୋଭିଡ ନିୟନ୍ତ୍ରଣରେ ବିଭିନ୍ନ ଜିଲ୍ଲାର ବଣିକ ସଂଗଠନ ମାନେ ଯେପରି ସ୍ବେଚ୍ଛାକୃତ ଭାବରେ ଆଗେଇ ଆସି କେତେକ ସ୍ଥାନରେ ଦୋକାନ ବନ୍ଦ କରିଛନ୍ତି ତାହା ସ୍ବାଗତଯୋଗ୍ୟ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । କୋଭିଡ ରୋଗର ଚିକିତ୍ସାରେ ଅକ୍‌ସିଜେନର ଗୁରୁତ୍ବ ଅଧିକ ଥିବାରୁ ଅକ୍‌ସିଜେନ ଯୋଗାଣ ଯେପରି ସୁବ୍ୟବସ୍ଥିତ ଭାବରେ ରୋଗୀ ପାଖରେ ପହଞ୍ଚି ପାରିବ, ଜରୁରୀ ଔଷଧ ମହଜୁଦ ରଖିବା ଉପରେ ମୁଖ୍ୟମନ୍ତ୍ରୀ ପରାମର୍ଶ ଦେଇଥିଲେ ।ସବୁବେଳେ ଠିକ୍ ଭାବରେ ମାସ୍କ ପିନ୍ଧିବା, ସାମାଜିକ ଦୂରତା ରକ୍ଷା କରିବା ଓ ହାତ ଧୋଇବା ଆଦି କୋଭିଡ ନିୟମାବଳୀର ସଠିକ୍ ଅନୁପାଳନ କଲେ କୋଭିଡର ପରାଜୟ ସୁନିଶ୍ଚିତ ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ ।
ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ଅନୁଯାୟୀ ବରିଷ୍ଠ ଅଧିକାରୀମାନେ ପରିସ୍ଥିତି ଉପରେ ତୀକ୍ଷଣ ନଜର ରଖିଛନ୍ତି ବୋଲି ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର କହିଥିଲେ । କୋଭିଡ ପରିସ୍ଥିତି ଉପରେ ସ୍ବାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ପି.କେ. ମହାପାତ୍ର ରଖିଥିଲେ । କୋଭିଡ ନିୟମାବଳୀର ଅନୁପାଳନ ଦିଗରେ ପୋଲିସର ପଦକ୍ଷେପ ସଂପର୍କରେ ପୋଲିସ ମହାନିର୍ଦ୍ଦେଶକ ଶ୍ରୀ ଅଭୟସୂଚନା ଦେଇଥିଲେ ।ବୈଠକରେ ସୁନ୍ଦରଗଡ, ଝାରସୁଗୁଡା, ବାଲେଶ୍ବର ଓ ଖୋର୍ଦ୍ଧା ଜିଲ୍ଲାର ଜିଲ୍ଲାପାଳ ମାନେ ଜିଲ୍ଲାର କୋଭିଡ ପରିସ୍ଥିତି ଓ ପଦକ୍ଷେପ ସଂପର୍କରେ ସୂଚନା ଦେଇଥିଲେ । ମୁଖ୍ୟମନ୍ତୀଙ୍କ ସଚିବ (୫-ଟି) ଶ୍ରୀ ଭି.କେ. ପାଣ୍ଡିଆନ ବୈଠକକୁ ସଂଯୋଜନା କରିଥିଲେ ।ବୈଠକରେ ଉନ୍ନୟନ କମିଶନର ଶ୍ରୀ ପି.କେ ଜେନା, ପଞ୍ଚାୟତିରାଜ ବିଭାଗର ପ୍ରମୁଖ ସଚିବ ଶ୍ରୀ ଡି.କେ. ସିଂହ ଓ ଅନ୍ୟ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ ।

Leave A Reply

Your email address will not be published.