ଆଜିର ରାଶିଫଳ

0 112

ମାର୍ଚ୍ଚମାସ ୩୧ତାରିଖ ୨୦୨୪ ମସିହା(ରବିବାର) ଚୈତ୍ରମାସ- କୃଷ୍ଣପକ୍ଷ,ତିଥି- ଷଷ୍ଠୀ ରାତ୍ରି ଘ୧୧/ ୩୧ଗତେସପ୍ତମୀ,ସୁର୍ୟୋଦୟ-ପ୍ରାତଃଘ୦୫ /୪୫/୦୦,ସୂର୍ଯ୍ୟାସ୍ତ-ସନ୍ଧ୍ୟାଘ୦୫/୫୭/୫୬,ଯୋଗିନୀ ପଶ୍ଚିମେ ରାତ୍ରି ଘ୦୯/୨୮ଗତେ ବାୟବ୍ୟେ, ଷଷ୍ଠୀର ଏକଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ,ତୁଳା ଓ କୁମ୍ଭରାଶିର ଘାତ ଚନ୍ଦ୍ର,ମେଷରାଶିର ଘାତବାର,କାଳବେଳା ଓ ବାରବେଳା – ଦିବା ଘ୧୦/୧୬ ଗତେ ଘ୦୧/୧୯ ମଧ୍ୟେ,ବିଶୁଦ୍ଧ ଅମୃତବେଳ। -ଦିବା ଘ୦୭/୨୦ ମଧ୍ୟେ ଓ ରାତ୍ରି ଘ୦୬/୪୮ଗତେ ଘ୦୯/୧୩ ମଧ୍ୟେ,ବିଶୁଦ୍ଧ ମାହେନ୍ଦ୍ରବେଳ।- ଦିବା ଘ୦୩/୨୦ଗତେ ଘ୦୪/୫୭ ମଧ୍ୟେ,ନିମ୍ବ ଭକ୍ଷଣ ନିଷେଧ।
ମେଷ:-ବାଣିଜ୍ୟ,ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ।କର୍ମରେ ଉନ୍ନତି ଓ ସମସ୍ତ କର୍ମରେ ଆଶାତୀତ ସଫଳତାପାଇବେ ।ନୂତନ କର୍ମାରମ୍ଭ କିମ୍ବା ନୂତନ ନିଯୁକ୍ତିର ସମ୍ଭାବନା ରହିଛି ।ସହକର୍ମୀ ଓ ପରିବାରର ସମସ୍ତସଦସ୍ୟ ସାହାଯ୍ୟ ଓ ସହାନୁଭୂତିର ହାତବଢ଼ାଇବେ ।ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ପରିଶ୍ରମ ଜାରିରଖିବେ ।ମହିଳାମାନେ କର୍ତ୍ତବ୍ୟ ପ୍ରତି ସଚେତନ ହେବେ ।
ବୃଷ:-ଆଜି ବାଣିଜ୍ୟ,ବ୍ୟବସାୟରେ ଆୟ ସ୍ୱଳ୍ପ ରହିବ । କର୍ମସ୍ଥାନରେ ସହକର୍ମୀଙ୍କସହ ମତାନ୍ତର ଓ ଉପରିସ୍ଥ କର୍ମଚାରୀଙ୍କ ରୋଷର ଶିକାରହେବେ ।ବାପାମା’ଙ୍କ ସ୍ୱାସ୍ଥ୍ୟକୁନେଇ ଚିନ୍ତିତ ହେବେ କିମ୍ବା ତାଙ୍କ ସହ ମତଭେଦ ଘଟିପାରେ ।ପରିବାରରେ ଅଶାନ୍ତି ଓ ବନ୍ଧୁଙ୍କଠାରୁ ଅପମାନ ପାଇପାରନ୍ତି ।ବିଦ୍ୟାର୍ଥୀ କର୍ମରେ ଅବହେଳା କରିବେ ।ମହିଳାମାନଙ୍କର ଗୁରୁଜନଙ୍କ ସହ ବିବାଦ ହେବ ।
ମିଥୁନ:-ବାଣିଜ୍ୟ,ବ୍ୟବସାୟରେ ଆୟ ମଧ୍ୟମହେବ । କର୍ମ ପ୍ରତି ଅନାଗ୍ରହ ଓ ଆଳସ୍ୟତା ପ୍ରକାଶପାଇବ । ମନ ଅସ୍ଥିର ରହିବ ଓ ପରିବାରରେ ବିବାଦ ଦେଖାଦେବ ।ସମସ୍ତ କର୍ମରେ ଅଯଥା ବିଳମ୍ବ ଓ ବାଧାବିଘ୍ନ ଉପୁଜିବ ।ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ସ୍ୱକର୍ମରେ ଅବହେଳା କରିବେ ।ମହିଳାମାନେ ବିଷାଦଗ୍ରସ୍ତ ହେବେ ।
କର୍କଟ:-ବାଣିଜ୍ୟ,ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ରହିବ।କର୍ମସ୍ଥାନରେ ଉଚ୍ଚ ପ୍ରଶଂସିତ ହେବେ ଓ ମହିଳା ସହକର୍ମୀଙ୍କ ସାହାଯ୍ୟ ଓ ସହଯୋଗ ପାଇବେ । ସହଧର୍ମିଣୀଙ୍କ ସହଯୋଗ ପାଇବେ ଓ ସ୍ତ୍ରୀ ହେତୁକ ଧନପ୍ରାପ୍ତିର ଯୋଗ ରହିଛି ।ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ଅସ୍ଥିରମନା ହେବେ ।ମହିଳାମାନେ ସ୍ୱାମୀଙ୍କ ସେବା ଓ ପରିବାରର ସେବାରେ ଦିନଟି ବିତାଇବେ ।
ସିଂହ:-ଆଜି ସ୍ୱାସ୍ଥ୍ୟଗତ ସମସ୍ୟା ଓ ଦୁର୍ଘଟଣା ଘଟିବାର ସମ୍ଭାବନା ରହିଛି।ବାଦବିବାଦ ପ୍ରତି ସତର୍କ ରହିବେ ଓ ଗ୍ୟାସହିଟର ବ୍ୟବହାର କାଳରେ ସାବଧାନ ରହିବେ ।ବାଣିଜ୍ୟ, ବ୍ୟବସାୟରେ ଆୟ ସ୍ୱଳ୍ପ ରହିବ ଓ କର୍ମରେ ଆଳସ୍ୟତା ଏବଂ ଅନାଗ୍ରହଭାବ ପ୍ରକାଶପାଇବ ।ଶତ୍ରୁମାନଙ୍କ ଦ୍ୱାରା ପୀଡ଼ା ପାଇବେ ଓ ପରିବାରରେ ବିବାଦ ଦେଖା ଦେଇପାରେ।ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମ ପ୍ରତି ଅନାଗ୍ରହୀ ହେବେ ।ମହିଳାମାନଙ୍କର ଗୁରୁଜନଙ୍କ ସହ ବିବାଦ ହେବ ।
କନ୍ୟା:-ଅପମାନ,ଅପଯଶ,ଅପବାଦ ପାଇପାରନ୍ତି। ପୁତ୍ର, କନ୍ୟା ଅବଜ୍ଞାକରିବେ ଓ ସେମାନଙ୍କ କର୍ମକୁ ନେଇ ଚିନ୍ତିତ ହେବେ ।ବାଣିଜ୍ୟ,ବ୍ୟବସାୟରେ ଆୟ ମଧ୍ୟମ ହେବ ଓ କର୍ମସ୍ଥାନରେ ବାଧାବିଘ୍ନ ଏବଂ ସହକର୍ମୀ,ଉପରିସ୍ଥକର୍ମଚାରୀ ଅପମାନ ଦେଇପାରନ୍ତି ।ବାପାମାଙ୍କସହ ମତାନ୍ତର କିମ୍ବା ତାଙ୍କ ସ୍ୱାସ୍ଥ୍ୟଗତ ସମସ୍ୟା ଦେଖାଦେଇପାରେ ।ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଅବହେଳା କରିବେ ।ମହିଳାମାନେ ପରିବାରରେ ଅସମ୍ମାନିତ ହେବେ ।
ତୁଳା:-ବନ୍ଧୁବାନ୍ଧବ,ସହକର୍ମୀ ଓ ପରିବାରର ସମସ୍ତ ସଦସ୍ୟଙ୍କ ସାହାଯ୍ୟ ଏବଂ ସହଯୋଗ ପାଇବେ। ବ୍ୟବସାୟରେ ଆୟ ମଧ୍ୟମହେବ ।କର୍ମସ୍ଥାନରେ ପ୍ରଶଂସିତ,ସଫଳତା ଓ ସୁବିଧା ସୁଯୋଗ ହାସଲ କରିବେ।ମୂଲ୍ୟବାନ ଧାତୁ, ଭୂମି କିମ୍ବା ଯାନବାହନ କ୍ରୟ କରିପାରନ୍ତି ।ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ସଫଳତା ପାଇବେ।ମହିଳାମାନେ ଅତିଥି ସତ୍କାର କରିବେ।
ବିଛା:- କର୍ମପ୍ରତି ଆଗ୍ରହ, ଏକାଗ୍ରତା ଓ ଆନ୍ତରିକତା ବୃଦ୍ଧି ପାଇବା ହେତୁ ସମସ୍ତକର୍ମରେ ଆଶାତୀତ ସଫଳତା ପାଇବେ।ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ମଧ୍ୟମ ହେବ।ନୂତନ କର୍ମାରମ୍ଭ କିମ୍ବା ନୂତନନିଯୁକ୍ତିର ସମ୍ଭାବନା ରହିଛି। ଭ୍ରାତୃ ଓ ଭଗ୍ନିଙ୍କର ସାହାଯ୍ୟ ଏବଂ ପରିବାରର ସାହାଯ୍ୟ ପାଇବେ।
ଧନୁ:-ଆର୍ଥିକକ୍ଷତି, ବାଣିଜ୍ୟ ଓ ବ୍ୟବସାୟରେ କ୍ଷତି ପହଞ୍ଚିବ।କର୍ମର ଅନାଗ୍ରହ ଓ ବିଘ୍ନ ସୃଷ୍ଟି ହେବ । ମୂଲ୍ୟବାନ ପଦାର୍ଥ ନଷ୍ଟ ବା ଖରାପ ହୋଯାଇପାରେ । ଧନକୁନେଇ ବିବାଦ ଓ ପରିବାରରେ ଅଶାନ୍ତି ଦେଖାଦେବ ।ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ ଅସ୍ଥିରମନା ହେବେ।ମହିଳାମାନେ ବଦଖର୍ଚ୍ଚି ହେବେ ।
ମକର:-ବ୍ୟୟହେଲେ ମଧ୍ୟ ଆଜି ଦିନରେ ସୁୁଖାଦ୍ୟ, ସୁବ୍ୟସନ ପ୍ରାପ୍ତି ହେବ ।ଯଶ, ସମ୍ମାନ ଓ ସାମାଜିକ ପ୍ରତିଷ୍ଠାରେ ବୃଦ୍ଧି ଘଟିବ।ବାଣିଜ୍ୟ, ବ୍ୟବସାୟରେ ଆୟ ମଧ୍ୟମ ହେବ ।କର୍ମରେ କିଛି ବିଘ୍ନ ଘଟିପାରେ । ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ପ୍ରଶଂସିତ ହେବେ । ମହିଳାମାନେ ପରିବାରର ଆଦର ପାଇବେ ।
କୁମ୍ଭ:-ଅଟକିଥିବା କାମ ପୁଣି ଆରମ୍ଭ କରିବା ପାଇଁ ମନସ୍ଥ କରିବେ ।ବାଣିଜ୍ୟ, ବ୍ୟବସାୟ ରେ ଆୟ ଅଧିକ ହେବ ।ବ୍ୟୟ ଭାର କମ୍‌ ରହିବ । ହୃତଧନ ଫେରିପାଇବେ ।ବିଦ୍ୟାର୍ଥୀ, କ୍ରୀଡ଼ାବିତ୍‌ କର୍ମରେ ଆଗ୍ରହୀ ହେବେ ।ମହିଳାମାନେ ଘରକରଣା ଜିନିଷ କ୍ରୟ କରିବେ
ମୀନ:-କର୍ମରେ ଉନ୍ନତି ଓ ସଫଳତା ପାଇବେ । ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ଆୟ ଉତ୍ତମ ହେବ ।ଆକସ୍ମିକ ଧନଲାଭ ଓ କୌଣସି ସୂତ୍ରରୁ ଧନପ୍ରାପ୍ତିର ଯୋଗ ରହିଛି ।ମୂଲ୍ୟବାନ ଧାତୁ କିମ୍ବା ଭୂମି କ୍ରୟ କରିବା ପାଇଁ ଯୋଜନା କରିବେ । ବିଦ୍ୟାର୍ଥୀ କର୍ମରେ ପରିଶ୍ରମ ଜାରି ରଖିବେ ।ମହିଳାମାନେ ଆନନ୍ଦିତ ହେବେ !!ଜୟ ଜଗନ୍ନାଥ, ଜୟ ସୋମନାଥ,ଜୟ ମା ଯୋଗମାୟା!!

Leave A Reply

Your email address will not be published.