ଜୁନ୍ ୧୫ ଯାଏଁ ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ମନା

0 233

ପୁରୀ,୧୬/୫(ଏସଏସନିୟୁଜ) ଜୁନ୍ ୧୫ ଯାଏଁ ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ମନା ରାଜ୍ୟରେ କରୋନା ସଂକ୍ରାମଣ ବଢୁଥିବାବେଳେ ଜୁନ୍ ୧୫ ଯାଏଁ ଶ୍ରୀମନ୍ଦିରକୁ ଭକ୍ତଙ୍କ ପ୍ରବେଶ ନିଷେଧ କରାଯାଇଛି ।ଫଳରେ ଶ୍ରଦ୍ଧାଳୁମାନେ ଶ୍ରୀମନ୍ଦିରରେ ଜଗନ୍ନାଥଙ୍କ ଦର୍ଶନରୁ ବଂଚିତ ହେବେ । ଏହି ସମୟରେ ସୀମିତ ସେବାୟତଙ୍କୁ ନେଇ ଯଥାରୀତି ମହାପ୍ରଭୁଙ୍କର ନୀତି ସମ୍ପନ୍ନ ହେବ ବୋଲି କୁହାଯାଇଛି । ଆଜି କୋଭିଡ ସ୍ଥିତିକୁ ନେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ, ପୁରୀ ଜିଲ୍ଲାପାଳ, ଏସପି ଏବଂ ଶ୍ରୀମନ୍ଦିର ଅଫିସିଆଲଙ୍କୁ ନେଇ ହୋଇଥିବା ଗୁରୁତ୍ୱପୂର୍ଣ୍ଣ ସମୀକ୍ଷା ବୈଠକରେ ଏହିଭଳି ନିଷ୍ପତି ନିଆଯାଇଛି ।

Leave A Reply

Your email address will not be published.