କଳାକାର ଯୋଜନାରେ ସାମିଲ ହେବେ ଆଉ ତିରିଶହାଜର

0 41

ଭୁବନେଶ୍ୱର,୬ା୨(ଏସଏସନିଉଜ)ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ କଳାକାର ସହାୟତା ଯୋଜନାରେ ଆଉ ତିରିଶ ହାଜର କଳାକାରଙ୍କୁ ସାମିଲ କରିବାକୁ ନିଷ୍ପତ୍ତି ନେଇଛନ୍ତି ।ଏହା ଓଡ଼ିଆଭାଷା, ସାହିତ୍ୟ ଓ ସଂସ୍କୃତିବିଭାଗର ଏକ ପ୍ରମୁଖ ଯୋଜନା ।5Tଅଧ୍ୟକ୍ଷଙ୍କ ଜିଲ୍ଲାଗସ୍ତ ସମୟରେ ଏହି ଯୋଜନାରେ ଅଧିକ କଳାକାରଙ୍କୁ ସାମିଲ କରିବା ପାଇଁ କଳାକାର ଓ ସେମାନଙ୍କର ସଂଗଠନ ଅନୁରୋଧ କରି ପ୍ରସ୍ତାବ ଦେଇଥିଲେ । ମୁଖ୍ୟମନ୍ତ୍ରୀ ଏହାପରେ ଏହି ଯୋଜନାରେ ହିତାଧିକାରୀଙ୍କ ସଂଖ୍ୟା ବୃଦ୍ଧି କରିବା ପାଇଁ ନିଷ୍ପତି ନେଇ ଛନ୍ତି। ଏହି ଯୋଜନାରେ ୫୦,୦୦୦ କଳାକାର ମାନଙ୍କୁ ମାସିକ ୧୨୦୦ ଟଙ୍କା(ବାରଶହଟଙ୍କା) ସହାୟତା ରାଶି ପ୍ରଦାନ କରାଯାଉଛି। ବର୍ତ୍ତମାନ ଏହି ଯୋଜନା ର ହିତାଧିକାରୀ ଙ୍କ ସଂଖ୍ୟା ୫୦ ହଜାରରୁ ୮୦ ହଜାରକୁ ବୃଦ୍ଧି କରା ଯାଇଛି । ଏହା ଦ୍ୱାରା ରାଜ୍ୟର ଆଉ ୩୦ ହଜାର କଳାକାର ଏଥିରେ ଉପକୃତ ହେବେ ।ଆମର ଲୋକକଳା ଗୁଡିକ ଆମ ଜାତିର ଅସ୍ମିତା ଅଟନ୍ତି ଏବଂ କଳାକାର ମାନେ ଭାଷା, ସାହିତ୍ୟ ଓ ସଂସ୍କୃତିର ପ୍ରଚାରକ ତଥା ବାର୍ତ୍ତାବହ ଅଟନ୍ତି ।ଏହି ଯୋଜନାରେ ଅଧିକ କଳାକାର ଙ୍କୁ ସାମିଲ କରାଯିବା ଯୋଗୁଁ ଓଡ଼ିଶାର ବିଭିନ୍ନ ପ୍ରାନ୍ତରୁ ଅନେକ କଳାକାରମାନେ ଉତ୍ସାହିତ ଓ ଉପକୃତ ହେବେ । ଏହା ଦ୍ଵାରା ଆମର କଳାର ସଂରକ୍ଷଣ, ବିକାଶ, ପ୍ରଚାର ଓ ପ୍ରସାର ହେବା ସହିତ ଓଡ଼ିଶାର କଳା ଓ ସଂସ୍କୃତିକୁ ଋଦ୍ଧିମନ୍ତ କରିବ ।

Leave A Reply

Your email address will not be published.