ଖୋଲିବ ନାହିଁ ଆଉ ନୂଆ ମଦ ଦୋକାନ

ଆଇନ ମନ୍ତ୍ରୀଙ୍କ ବଡ଼ ଘୋଷଣା

ଭୁବନେଶ୍ବର,୮ା୮(ଏସଏସନିଉଜ) ରାଜ୍ୟ ଆଇନମନ୍ତ୍ରୀ ପୃଥ୍ବୀରାଜହରିଚନ୍ଦନ ବଡ଼ ଘୋଷଣା କରିଛନ୍ତି।ରାଜ୍ୟରେ ଆଉ ନୂଆ ମଦଦୋକାନ ଖୋଲାଯିବ ନାହିଁ ଓ ଏନେଇ ସରକାର ନିଷ୍ପତ୍ତି ନେଇଛନ୍ତି ବୋଲି ସୁଚନା ଦେଇଛନ୍ତି ।ରାଜ୍ୟରେ ଚୋରା ମଦ ବିକ୍ରି କିପରି ବନ୍ଦ ହେବ ତାହା ଏକ ବଡ଼ ଚ୍ୟାଲେଞ୍ଜ ଭାବେ ଉଭା ହୋଇଥିବା ଆଇନମନ୍ତ୍ରୀ କହିଛନ୍ତି। ଆଗାମୀ ବର୍ଷ ଠୁାରୁ ଓଡ଼ିଶାରେ ଚୋରା ମଦ ଚାଲାଣ ବନ୍ଦ କରିବା ପାଇଁ ଯୋଜନା ହୋଇଥିବା ମନ୍ତ୍ରୀ ସୂଚନା ପ୍ରଦାନ କରିଛନ୍ତି। ଆସନ୍ତା ବର୍ଷା ଯେଉଁ ମଦନୀତି ହେବ, ସେଥିରେ ଓଡ଼ିଶାରୁ ଚୋରମଦ ବିକ୍ରି ବନ୍ଦ କରିବାକୁ ନୀତି ପ୍ରଣୟନ କରାଯିବ ବୋଲି ଆଇନମନ୍ତ୍ରୀ ସୂଚନା ପ୍ରଦାନ କରିଛନ୍ତି।

- Advertisement -

Leave A Reply

Your email address will not be published.