ଆଜିର ରାଶିଫଳ

0 404

ଗୁରୁବାର୨୦୨୨ ମସିହା ଅଦ୍ୟ ମେଂ ମାସ ୧୯ତାରିଖ,ଜେଷ୍ଠ ମାସ- କୃଷ୍ଣପକ୍ଷ,ତିଥି- ଚର୍ତୁର୍ଥୀ , ସୁର୍ୟୋଦୟ ପ୍ରାତଃ ଘ୫/୧୩ /୩୯,ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/ ୧୧/୪୩,ତୁଳା ଓ କୁମ୍ଭର ଘାତବାର, ତୁଳା ଓ କୁମ୍ଭ ରାଶି ର ଘାତଚନ୍ଦ୍ର,ଚର୍ତୁର୍ଥୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ,ମୂଳାଭକ୍ଷଣ ନିଷେଧ।
🐏ମେଷ👉 ଦିନଟି ଆପଣଙ୍କ ଲାଗି ଉତ୍ତମ ରହିବ। ଆପଣଙ୍କ ଯୋଜନାକୁ କାର୍ଯ୍ୟରୂପ ଦେବା ଲାଗି କ୍ରମାଗତ ପ୍ରୟାସ କରିବେ ଏବ˚ ସଫଳ ହେବେ। ଧନଲାଭର ଯୋଗ ରହିଛି। ବିଦେଶ ଯିବା ଲୋକ ଶୁଭ ଖବର ପାଇବେ। ସ୍ବାସ୍ଥ୍ୟ ବଢ଼ିଆ ରହିବ।
🐮ବୃଷ👉 ଜୀବନରେ କିଛି କରିବା ପାଇଁ ମନରେ ନୂଆ ନୂଆ ଚିନ୍ତା ଉତ୍ପନ୍ନ ହେବ। ନେତାଙ୍କ ମାଧୢମରେ ଲାଭ ପାଇବେ। ବ୍ୟବସାୟରେ ଲାଗି ରହିଥିବା ବାଧା ଦୂର ହେବ। ପାରିବାରିକ ଜୀବନ ଶାନ୍ତିମୟ ହେବ।
👩‍❤️‍👨ମିଥୁନ👉ଆଜି କିଛି ନୂଆ ଅନୁଭବ କରି‌େବ। ପଇସା ଯେମିତି ଆସିବ; ସେମିତି ଖର୍ଚ୍ଚ ହୋଇଯିବ। ଅଫିସ୍‌ରେ ମହତ୍ତ୍ବପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ସାକ୍ଷାତ ହେବ। ଖାଦ୍ୟ ପାନୀୟ ପ୍ରତି ସଜାଗ ରହନ୍ତୁ। ଯାତାୟାତ ସମୟରେ ସାବଧାନତା ଅବଲମ୍ବନ କରନ୍ତୁ।
🦀କର୍କଟ👉ଦିନଟି ଆପଣଙ୍କ ଲାଗି ସବୁ ଦୃଷ୍ଟିରୁ ଭଲ। ଆପଣଙ୍କ ଜୀବନରେ କିଛି ନୂଆ ପରିବର୍ତ୍ତନ ଆସିବ। ବିଦେଶରେ ଚାକିରି ପାଇଁ ପ୍ରୟାସ କରୁଥିବା ବ୍ୟକ୍ତିଙ୍କୁ ଶୁଭ ସ˚କେତ ମିଳିପାରେ। ହୋଟେଲ ବ୍ୟବସାୟୀଙ୍କ ଲାଗି ଦିନଟି ଲାଭପ୍ରଦ ହେବ।
🦁ସିଂହ👉ମାଆ ଦୁର୍ଗାଙ୍କ କୃପା ଦୃଷ୍ଟି ଆପଣଙ୍କ ଉପରେ ରହିଛି। ସଫଳତାର ଶିଖର ଆଡ଼କୁ ଅଗ୍ରସର ହେବେ। ଆୟ ବୃଦ୍ଧି ହେବ। ବନ୍ଧୁବାନ୍ଧବଙ୍କ ସହିତ ଖୁସି ବାଣ୍ଟିବେ। ସ୍ବାଦିଷ୍ଠ ଖାଦ୍ୟ ଭୋଜନ କରିବେ। ସ୍ବାସ୍ଥ୍ୟ ପ୍ରତି ଟିକେ ଧୢାନ ଦିଅନ୍ତୁ।
🙎‍♀️କନ୍ୟା👉 ନିଜର ମିଷ୍ଟ ବ୍ୟବହାରରେ ସବୁ କାମ କରିନେବେ। ପ୍ରବନ୍ଧକର୍ତ୍ତା ଆପଣଙ୍କୁ କୌଣସି ବଡ଼ ଦାୟିତ୍ବ ଦେବେ। ନୂଆ ନୂଆ ଲୋକଙ୍କ ସହିତ ଯୋଗାଯୋଗ ହେବ। କଳାକାରଙ୍କୁ କାର୍ଯ୍ୟକ୍ରମର ଅନୁବନ୍ଧ ମିଳିବ।
⚖️ତୁଳା👉ସାମାଜିକ କାର୍ଯ୍ୟରେ ମହତ୍ତ୍ବପୂର୍ଣ୍ଣ ଭୂମିକା ନିର୍ବାହ କରିବେ। ଆପଣଙ୍କୁ କେହି ବନ୍ଧୁତାର ହାତ ବଢ଼ାଇ ବେ। ବିଦ୍ୟୁତ୍ ବ୍ୟବସାୟୀ ମାନେ ବଡ଼ ଡିଲ୍‌ କରିପାରନ୍ତି। ବାହନ କିଣିବା ଲାଗି ମନ ବଳିବ।
🦂ବିଛା👉ଊର୍ଜାର ସ୍ତର ଉଚ୍ଚା ରହିବ। କୌଣସି କାର୍ଯ୍ୟକୁ ନୂଆ କରି ମୂଳରୁ ଆରମ୍ଭ କରିବେ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିଙ୍କୁ ଲାଭ ମିଳିବ। ଆଇନ କାନୁନ ମାମଲାର ସହଜରେ ସମାଧାନର ବାଟ ଫିଟିବ।
🏹ଧନୁ👉ଆର୍ଥିକ ଲାଭ ପାଇଁ ଭଲ ଦିନଟିଏ। କୌଣସି କାମରୁ ଯଥେଷ୍ଟ ଲାଭ ପାଇବେ। ମହିଳାମାନେ ଜରୁରୀ ଜିନିଷ ପତ୍ର କିଣିବା ଲାଗି ବଜାରକୁ ଯିବେ। ସନ୍ଧ୍ୟାରେ ବନ୍ଧୁଙ୍କ ସହିତ ହସଖୁସିରେ ସମୟ କଟିବ।
🐊ମକର👉 ପରିବାରରେ ଏକତା ଓ ପ୍ରେମ ବଢ଼ିବ। ସ୍ଥଗିତ ଥିବା କାମ ପୂରା କରିବାରେ ସହଯୋଗୀଙ୍କ ସହଯୋଗ ମିଳିବ। ଆର୍ଥିକ ସ୍ଥିତି ପୂର୍ବ ଅପେକ୍ଷା ମଜଭୁତ ହେବ। ପ୍ରିୟ ବନ୍ଧୁଙ୍କ ସହିତ ସମ୍ବନ୍ଧରେ ମଧୁରତା ଆସିବ।
🏺କୁମ୍ଭ👉ପିତାଙ୍କ କହିବା ମାର୍ଗରେ ଚାଲନ୍ତୁ, ଆପଣଙ୍କୁ ସଫଳତା ମିଳିବ। ବିଦେଶରେ ବ୍ୟବସାୟ କରୁଥିବା ବ୍ୟକ୍ତି ବିଶେଷ ଆଜି ବଡ଼ ଡିଲ୍‌ କରିବେ। ପଇସାକୁ ନେଇ କାହାରି ସହିତ ବିବାଦ ହୋଇପାରେ। ଦାମ୍ପତ୍ୟ ଜୀବନ ରେ ସାମଞ୍ଜସ୍ୟ ବଜାୟ ରହିବ।
🐟ମୀନ👉 ଆଧାତ୍ମିକ ଭାବନାରେ ସମୟ ବିତିବ। ବିଭିନ୍ନ କ୍ଷେତ୍ରରେ ଜ୍ଞାନ ଅର୍ଜନ କରିବାକୁ ପ୍ରୟାସ କରିବେ। କଳା ସାହିତ୍ୟ କ୍ଷେତ୍ରରେ ଆଗକୁ ବଢ଼ିବେ। ଚାକିରି ସମ୍ବନ୍ଧୀୟ ଖୁସି ଖବର ମିଳିବ।
!! ଆମ ସମସ୍ତଙ୍କ ଜୀବନରେ ସମ୍ପର୍କ ଟି ଗୋଟେ ପ୍ରଜାପତି ପରି ହୋଇଥାଏ, ତାକୁ ଜୋର ଜବରଦସ୍ତି ଧରିଲେ ମରି ଯାଇଥାଏ ଆଉ ହାଲୁକା କରି ଧରିଲେ ଉଡିଯାଇଥାଏ, କିନ୍ତୁ ସ୍ନେହ ଓ ଆଦରରେ ଯଦି ଧରି ରଖିପାରୁଛନ୍ତି ତାହାଲେ ସାରା ଜୀବନ ଆପଣଙ୍କ ସାଥିରେ ରହିଥାଏ !!
🙏🏻ଜୟ ଜଗନ୍ନାଥ,ଜୟ ସୋମନାଥ,ଜୟ ଗଣେଶ🙏🏻

Leave A Reply

Your email address will not be published.