ମହିମାପୀଠର ହେବ ସମ୍ପୂର୍ଣ୍ଣ ରୁପାନ୍ତର

ଭୁବନେଶ୍ୱର,୧୫।୬(ଏସଏସନିଉଜ)ଢେଙ୍କାନାଳ ଜିଲ୍ଲା ଯୋରନ୍ଦା ମହିମାଗାଦି ପୀଠର ହେବ ସମ୍ପୂର୍ଣ୍ଣ ରୁପାନ୍ତର। କାୟାକଳ୍ପ ରେ ଆସିବ ପୁରା ପରିବର୍ତ୍ତନ। ଗତ ମେ ୨୯ ତାରିଖ ଦିନ ମୁଖ୍ୟମନ୍ତ୍ରୀଙ୍କ 5Tସଚିବ ଭି କେ ପାଣ୍ଡିଆନ୍ ମହିମା ପୀଠ ପରିଦର୍ଶନ କରି ସାଧୁ ସନ୍ଥ ଓ ଭକ୍ତମାନଙ୍କ ସହିତ ପୀଠର ସମ୍ପୂର୍ଣ୍ଣ ରୁପାନ୍ତର ବିଷୟରେ ଆଲୋଚନା କରିଥିଲେ ଏବଂ ୧୫ ଦିନ ଭିତରେ ପ୍ରକଳ୍ପ ରିପୋର୍ଟ ଦେବା ପାଇଁ ପରାମର୍ଶ ଦେଇଥିଲେ ।ଏହି ପରାମର୍ଶ ଅନୁସାରେ ଜିଲ୍ଲାପାଳ ଆଜି ୧୧୨ କୋଟି ଟଙ୍କାର ପ୍ରକଳ୍ପ ପ୍ରସ୍ତାବ ମୁଖ୍ୟମନ୍ତ୍ରୀ ନବୀନ ପଟନାୟକଙ୍କ ଅନୁମୋଦନ ନିମନ୍ତେ ଉପସ୍ଥାପନ କରିଛନ୍ତି ।ଏଥିରେ ପୀଠର ସର୍ବାଙ୍ଗୀନ ବିକାଶ ସହିତ ଭକ୍ତ ମାନଙ୍କ ପାଇଁ ବିଭିନ୍ନ ସୁବିଧା ଉପରେ ଗୁରୁତ୍ଵ ଦିଆଯାଇଛି ।ଏଥିରେ ସମାଧି ମନ୍ଦିରର ପୁନଃ ନିର୍ମାଣ, ପ୍ରାର୍ଥନା ଗୃହ, ପାଚେରୀ, ପୁଷ୍କରିଣୀ ପୁନରୁଦ୍ଧାର, ବସ ଷ୍ଟାଣ୍ଡ, କୌପୀନଧାରି ମହିମା ସମାଜ ପୀଠ ପୁନନିର୍ମାଣ, ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର ଆଦି ନିର୍ମାଣ କରାଯିବ।ପୀଠ ଭିତରେ ଆଭ୍ୟନ୍ତରୀଣ ସଡ଼କ ସହିତ ପୁରାସ୍ଥାନର ଆଲୋକିକରଣ କରାଯିବ। ଜଗନ୍ନାଥ ମନ୍ଦିର ଠାରୁ ସ୍କୁଲପଡିଆ ପର୍ଯ୍ୟନ୍ତ ରାସ୍ତା ନିର୍ମାଣ କରାଯିବ।ସୌନ୍ଦର୍ଯ୍ୟ କରଣ ପାଇଁ ପୂର୍ବପଟ ବଡ ପୋଖରୀର ପୁନରୁଦ୍ଧାର ସହିତ ୨୦୦ ତାଳଗଛ ଓ ୨୦୦ ବର ଗଛ ଲଗାଯିବ। ଆଲୋକିକରଣ ସହିତ ପ୍ରମନେଡ ତିଆରି କରାଯିବ।ସାଧୁ ଓ ଭକ୍ତମାନଙ୍କ ପାଇଁ ୨୦୦ ଟଏଲେଟ ନିର୍ମାଣ କରାଯିବ।ପୁରା ପ୍ରକଳ୍ପରେ ସାଧୁ ସନ୍ଥ, ଭକ୍ତ, ଓ ଅତିଥିମାନଙ୍କ ପାଇଁ ସବୁ ପ୍ରକାର ସୁବିଧା ସୁଯୋଗ ରହିବ। ସୌନ୍ଦର୍ଯ୍ୟ କରଣ ସହିତ ଏହା ଜିଲ୍ଲାର ଏକ ପ୍ରମୁଖ ତୀର୍ଥସ୍ଥଳୀ ଓ ପର୍ଯ୍ୟଟନ କେନ୍ଦ୍ର ହେବାପାଇଁ ସବୁ ପଦକ୍ଷେପ ନିଆଯିବ।

- Advertisement -

Leave A Reply

Your email address will not be published.