ମହାନଦୀକୁ ଆସୁଛି ମଧ୍ୟମ ଧରଣର ବନ୍ୟା

0 133

ଭୁବନେଶ୍ୱର,୧୪/୮(ଏସ ଏସ ନିଉଜ)ମହାନଦୀରେ ମଧ୍ୟମ ଧରଣର ବନ୍ୟା ଆସୁଛି। କାଲି ସନ୍ଧ୍ୟା ସୁଦ୍ଧା ବନ୍ୟାଜଳ ମୁଣ୍ଡଳି ଅତିକ୍ରମ କରିବ ।ମୁଣ୍ଡଳି ଦେଇ ୧୦ରୁ ସାଢ଼େ ୧୦ ଲକ୍ଷ କ୍ୟୁସେକ ଜଳ ପ୍ରବାହିତ ହେବ ବୋଲି କହିଛନ୍ତି ଏସ୍‌ଆର୍‌ସି ପ୍ରଦୀପ ଜେନା
ହୀରାକୁଦର ଉପର ଏବଂ ତଳ ମୁଣ୍ଡରେ ବର୍ଷା ଜାରିରହିଛି । ହୀରାକୁଦର ୩୪ଟି ଗେଟ ଖୋଲା ରହିଛି । ୫ ଲକ୍ଷ ୪୦ ହଜାର କ୍ୟୁସେକ ଜଳ ନିଷ୍କାସିତ ହେଉଛି ।୫ ଲକ୍ଷ ୬୦ ହଜାର କ୍ୟୁସେକ ଜଳ ପ୍ରବେଶ କରୁଛି । ସ୍ଥିତି ଦେଖି ଅଧିକ ଗେଟ ଖୋଲିବା ପାଇଁ ନିଷ୍ପତ୍ତି ହେବ ବୋଲି ସୂଚନା ଦେଲେ ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ।

Leave A Reply

Your email address will not be published.