ମାଲକାନଗିରିରେ ୨୫କୋଟିର ୬ଟିପ୍ରକଳ୍ପକୁ ଉଦଘାଟନକଲେ ମୁଖ୍ୟମନ୍ତ୍ରୀ

0 117

ମାଲକାନଗିରି,୨୨/୧୧(ଏସଏସନିଉଜ)ମୁଖ୍ୟମନ୍ତ୍ରୀ ନବୀନପଟ୍ଟନାୟକ ଆଜି ମାଲକାନଗିରି ଜିଲ୍ଲା ପାଇଁ ୬ଟି ଗୁରୁତ୍ବପୂର୍ଣ୍ଣ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ କରିଛନ୍ତି। ଏଥିପାଇଁ ୨୫କୋଟି ଟଙ୍କା ବିନିଯୋଗ କରାଯାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଏହିସବୁ ପ୍ରକଳ୍ପଗୁଡିକ ଜିଲ୍ଲାର ସାମାଜିକ ଓ ଆର୍ଥିକ ବିକାଶକୁ ଆହୁରି ଆଗେଇ ନେବ । ଭିଡିଓକନ୍ଫରେନ୍ସିଂ ଜରିଆରେ ପ୍ରକଳ୍ପ ଉଦ୍‌ଘାଟନ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ‘ମାଲକାନଗିରି ସବୁବେଳେ ମୋପାଇଁ ସ୍ବତନ୍ତ୍ର ହୋଇରହିଛି । ମାଲକାନଗିରିର ବିକାଶକାମ ମୋତେ ସବୁଠାରୁ ଅଧିକଖୁସି ଦେଇଥାଏ। ମୋର ପୂର୍ଣ୍ଣବିଶ୍ବାସ, ମାଲକାନଗିରି ପରିଚୟ ଆଗକୁ ଆହୁରି ଉଜ୍ଜଳହେବ। ରାଜ୍ୟର ଏକ ଆଗୁଆ ଜିଲ୍ଲା ଭାବରେ ବିକାଶ ମାନଚିତ୍ରରେ ମାଲକାନଗିରି ନିଜର ସ୍ଥିତିକୁ ଆହୁରି ଦୃଢ କରିବ।’ଆଜି ଉଦଘାଟିତହୋଇଥିବା ପ୍ରକଳ୍ପଗୁଡିକ ମଧ୍ୟରେ ରହିଛି – ଅନ୍ବେଷା କାର୍ଯ୍ୟକ୍ରମରେ ଶିକ୍ଷାଗ୍ରହଣ କରୁଥିବା ଅନୁସୂଚିତ ଜନଜାତି ଓ ଜାତି ପିଲାମାନଙ୍କ ପାଇଁ ଦୁଇଟି ହଷ୍ଟେଲ। ଏଥିରେ ୬୦୦ ପୁଅ ଓ ୬୦୦ ଝିଅ ରହିବପାଇଁ ବ୍ୟବସ୍ଥା କରାଯାଇଛି। ମୋଟୁ ଟ୍ରାଇ ଜଙ୍କସନ୍ଠାରେ ବିଜୁ ପଟ୍ଟନାୟକ ଅନ୍ତଃରାଜ୍ୟ ବସ୍ ଟର୍ମିନାଲ । ଏହା ଜିଲ୍ଲା ସହିତ ଛତିଶଗଡ ଓ ଅନ୍ଧ୍ରପ୍ରଦେଶକୁ ଗମନାଗମନ ସୁଗମ କରିଛି। ଏହାସହିତ ମାଲକାନଗିରି ବଣ୍ଡାଅଞ୍ଚଳକୁ ଯୋଡୁଥିବା ଏକ ଉଚ୍ଚସ୍ତରୀୟସେତୁ ଓ ବାଲିମେଳାଠାରେ ତମସାନଦୀଉପରେ ବିଜୁସେତୁ, କ୍ରୀଡାର ବିକାଶପାଇଁ ଏକ ଜୁଡୋ ଏକାଡେମୀ ଓ ପିଲାମାନଙ୍କପାଇଁ ଏକ ସ୍ବଧାରଗୃହ। ଏହି ଅବସରରେ ଚିତ୍ରକୁଣ୍ଡା ବିଧାୟକ ଶ୍ରୀ ପୂର୍ଣ୍ଣଚନ୍ଦ୍ର ବାକା ଏବଂ ଜିଲ୍ଲା ପରିଷଦ ଅଧ୍ୟକ୍ଷା ସମାରୀଟାଙ୍ଗଲୁ ପ୍ରମୁଖ ବକ୍ତବ୍ୟରଖି ମାଲକାନଗିରିଜିଲ୍ଲାରେ ଦ୍ରୁତବିକାଶ ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୃଢନେତୃତ୍ବର ଉଚ୍ଚପ୍ରଶଂସାକରିଥିଲେ । ମୁଖ୍ୟମନ୍ତ୍ରୀଙ୍କ ୫-ଟିସଚିବ ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ।

Leave A Reply

Your email address will not be published.