ମୃତକଙ୍କ ପାଇଁ ୨ଲକ୍ଷ ଟଙ୍କା

ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

0 206

ଭୁବନେଶ୍ୱର , ୧୨/୭.(ଏସଏସନିଉଜ)ବଲାଙ୍ଗୀର-ସୋନପୁର ରୋଡ଼ର ବଡ଼ବାହାଲୀ ଛକ ନିକଟରେ ଏକ ସଡ଼କ ଦୁର୍ଘଟଣାରେ ୩ଜଣ ବ୍ୟକ୍ତିଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି ।ସୂଚନାଯୋଗ୍ୟ ଯେ ବଡ଼ବାହାଲୀ ଠାରେ ଘଟିଥିବା ଏହି ଦୁର୍ଘଟଣାରେ ୩ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଆଉ ୩ ଜଣ ମଧ୍ୟ ଆହତ ହୋଇଛନ୍ତି । ଆହତ ମାନଙ୍କୁ ତୁରନ୍ତ ମାଗଣାରେ ଚିକିତ୍ସା ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି ।ଏହାସହିତ ପ୍ରତ୍ୟେକ ମୃତକଙ୍କ ନିକଟତମ ଆତ୍ମୀୟଙ୍କୁ ୨ଲକ୍ଷ ଟଙ୍କା ଲେଖାଏ ସହାୟତା ଯୋଗାଇଦେବାକୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେବା ସହିତ ସେମାନଙ୍କ ପରିବାରର ସଦସ୍ୟମାନଙ୍କ ପ୍ରତି ଗଭୀର ସମବେଦନା ପ୍ରକାଶ କରିଛନ୍ତି ।

 

Leave A Reply

Your email address will not be published.