ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ଓଡିଶାର ସବୁଠାରୁ ଦୀର୍ଘତମ ସେତୁ ଉଦଘାଟିତ

0 259

ଭୁବନେଶ୍ୱର,୨୦/୧୨(ଏସଏସନିୟୁଜ)ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ବଡମ୍ବା ଗୋପୀନାଥପୁର ଠାରେ ମହାନଦୀ ଉପରେ ରାଜ୍ୟର ସବୁଠାରୁ ଦୀର୍ଘତମ ସେତୁକୁ ଉଦ୍‌ଘାଟନ କରିଛନ୍ତି। ୩.୪ କିଲୋମିଟର ଦୀର୍ଘ ଏହି ସେତୁର ଆକାର ଇଂରାଜୀ T ଅକ୍ଷରୁ ସଦୃଶ । ଏହା ରାଜ୍ୟର ପ୍ରଥମ T ସେତୁ । ଏହା ସେ ଅଂଚଳବାସୀଙ୍କର ଦୀର୍ଘ ଦିନର ଦାବୀ ଥିଲା। ଆଜି ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ଏହି ବହୁ ଆକାକ୍ଷିତ ସେତୁର ଉଦ୍ ଘାଟନ ସେ ଅଞ୍ଚଳର ଜନତାଙ୍କ ମଧ୍ୟ ରେ ବିପୁଳ ଉତ୍ସାହ ସୃଷ୍ଟି କରିଛି ।
ଏଥିପାଇଁ ୧୧୧ କୋଟି ଟଙ୍କା ବିନିଯୋଗ କରାଯାଇଛି । ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନୟକ ୨୦୧୪ ମସିହାରେ ଏଥିପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ ।ସେତୁ ଉଦ୍ ଘାଟନ ପରେ ମୁଖ୍ୟମନ୍ତ୍ରୀ ଉପସ୍ଥିତ ଜନସାଧାରଣ ଙ୍କୁ ଆପଣମାନେ ଖୁସି ତ ବୋଲି ପଚାରିଥିଲେ । ଏବଂ ଜନତା ଆନନ୍ଦ ପ୍ରକାଶ ସହ ମୁଖ୍ୟମନ୍ତ୍ରୀ ଙ୍କୁ ଧନ୍ୟବାଦ ଜଣାଇଥିଲେ ।ଏହି ସେତୁ ବଡମ୍ବା ନରସିଂହପୁରରୁ ବାଙ୍କୀ ବୈଦେଶ୍ବରକୁ ସଂଯୋଗ କରିବା ସହିତ ନଦୀ ଅବସ୍ଥିତ ସିଂହନାଥ ମନ୍ଦିରକୁ ମଧ୍ୟ ସଂଯୋଗ କରୁଛି। ଏହାଦ୍ବାରା ବଡମ୍ବାରୁ ବାଙ୍କୀ ବୈଦେଶ୍ବରର ଦୂରତ୍ବ ୪୫ କିଲୋମିଟର ହ୍ରାସ ପାଇବ। ନିକଟସ୍ଥ ଅଞ୍ଚଳର ୫ ଲକ୍ଷରୁ ଉର୍ଦ୍ଧ୍ବ ଲୋକଙ୍କ ଗମନାଗମନରେ ସୁବିଧା ହେବ। ଏହି ଅଞ୍ଚଳରେ କୃଷି, ବାଣିଜ୍ୟ ଏବଂ ପର୍ଯ୍ୟଟନର ବିକାଶ ହେବ।ଏହିକାର୍ଯ୍ୟକ୍ରମରେ ପୂର୍ତ୍ତମନ୍ତ୍ରୀ ଶ୍ରୀ ପ୍ରଫୁଲ୍ଲ ମଲ୍ଲିକ, ବଡମ୍ବା ବିଧାୟକ ଶ୍ରୀ ଦେବୀପ୍ରସାଦ ମିଶ୍ର ଓ ବାଙ୍କୀ ବିଧାୟକ ଶ୍ରୀ ଦେବୀ ପ୍ରସନ୍ନ ତ୍ରିପାଠୀ ପ୍ରମୁଖ ଉପସ୍ଥିତ ଥିଲେ ।

Leave A Reply

Your email address will not be published.