ଭୁବନେଶ୍ୱର, ୯/୮(ଏସ ଏସ ନିଉଜ)କଟକର ପ୍ରସିଦ୍ଧ ବାଲିଯାତ୍ରା ନଭେମ୍ବର ୮ ରୁ ୧୬ ତାରିଖ ପର୍ଯ୍ୟନ୍ତ ଚାଲିବ । ଏହାକୁ ରାଜ୍ୟସ୍ତରୀୟ ଉତ୍ସବଭାବେ ପାଳନ ପାଇଁ ମୁଖ୍ୟ ଶାସନସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ପ୍ରସ୍ତୁତି ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି ।ଏଥିରେ ଓଡ଼ିଶାର ବିଭିନ୍ନ ଜିଲ୍ଲାରୁ ଅଧିକ ସଂଖ୍ୟକ କଳାକାର ଓ ଶିଳ୍ପୀମାନଙ୍କୁ ସାମିଲ କରାଯିବ ।ଏହାସହିତ ଆବଶ୍ୟକ ଥିବା ଯାତ୍ରା ପଡ଼ିଆକୁ ରାସ୍ତା ସଂଯୋଗ, ଟ୍ରାଫିକ୍ ନିୟନ୍ତ୍ରଣ, ପର୍ଯ୍ୟାପ୍ତ ପାର୍କିଂ ସ୍ଥାନ, ଷ୍ଟଲ ପାଇଁ ସ୍ଥାନ ନିର୍ଦ୍ଧାରଣ, ବିଦ୍ୟୁତ୍ ସଂଯୋଗ, ପରିମଳ, ସ୍ୱାସ୍ଥ୍ୟ ସେବା ଓ ଆଇନ୍ ଶୃଙ୍ଖଳା ଉପରେ ଆଲେଚନା ହୋଇଥିଲା । ପ୍ରାୟ ୧୫.୩୫ କୋଟି ଟଙ୍କା ଖର୍ଚ୍ଚ ଆକଳନର ପ୍ରସ୍ତାବିତ ବିନିଯୋଗ ବିଷୟରେ ଆଲୋଚନା ହୋଇଥିଲା । ରାଜ୍ୟ ଲୋକସେବା ସଭାଗୃହରେ ଅନୁଷ୍ଠିତ ଏହି ବୈଠକରେ ଓଡ଼ିଆ ଭାଷା, ସାହ୍ୟି ଓ ସଂସ୍କୃତି ବିଭାଗ ଅତିରିକ୍ତ ମୁଖ୍ୟ ଶ।।ସନ ସଚିବ ମଧୁସୁଦନ ପାଢ଼ୀ ,କଟକ ଜିଲ୍ଲାପାଳ ଭବାନୀ ଶଙ୍କର ଚଇନି, ସିଡିଏ ଅଧ୍ୟକ୍ଷ ଅନିଲ୍ କୁମାର ସାମଲ, ସିଏମସି କମିଶନର ନିଖିଲ ପବନ କଲ୍ୟାଣ, ପ୍ରମୁଖ ବୈଠକରେ ଉପସ୍ଥିତ ରହି ଆଲୋଚନାରେ ଅଂଶଗ୍ରହଣ କରିଥିଲେ ।
